ଆରମ୍ଭ ହେଲା ‘ଗୁଞ୍ଜନ’: ନାଚ, ଗୀତ ସାଙ୍ଗକୁ ଟେରାକୋଟା ଶିକ୍ଷା

ବାଲେଶ୍ୱର ଅଫିସ, ୬।୬-ଲୋକକଳା, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବା ଲକ୍ଷ୍ୟ ନେଇ ବାଲେଶ୍ୱରର ଏକ ସାମାଜିକ ଅନୁଷ୍ଠାନ ‘ଫାମାସ’ ପକ୍ଷରୁ ଷ୍ଟେଶନ ରାସ୍ତାରେ ଥିବା ଏକ ଘରୋଇ ସ୍କୁଲ ପରିସରରେ ଆରମ୍ଭ ହୋଇଛି ‘ଗୁଞ୍ଜନ-୨୦୧୯’ ଏବଂ ଟେରାକୋଟା ପ୍ରଶିକ୍ଷଣ ଶିବିର।
ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ବିଡିଓ ପ୍ରିୟବ୍ରତ ପାଢ଼ୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ମହାନ ଉତ୍କଳୀୟ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଟେରାକୋଟା ପ୍ରଶିକ୍ଷଣ ଶିବିର ଛାତ୍ରୀଛାତ୍ରଙ୍କ ପାଇଁ ଗୁରୁତ୍ୱ ବହନ କରିବା ସହ ସେମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭା ଓ ସୃଜନଶୀଳତାର ବିକାଶରେ ଏହା ସହାୟକ ହୋଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ତେବେ କୁନି କୁନି ଛାତ୍ରୀଛାତ୍ରମାନଙ୍କୁ କଳା ଓ ସଂସ୍କୃତିକୁ ଉଜ୍ଜୀବିତ ରଖିବା ପାଇଁ ସବୁ ମହଲରୁ ଅଧିକ ପ୍ରେରଣା ଯୋଗାଇଦେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟଅତିଥି କହିଥିଲେ। ପୂର୍ତ୍ତବିଭାଗ କନିଷ୍ଠଯନ୍ତ୍ରୀ ସନ୍ତୋଷ କୁମାର ପଣ୍ଡା ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ଲୁପ୍ତ କଳାର ପୁନରୁଦ୍ଧାର ଦିଗରେ ଫାମାସ୍‌ର ଏହି ନିଆରା ପ୍ରୟାସ ପ୍ରଶଂସନୀୟ ବୋଲି କହିଥିଲେ। ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ଗୋପାଳ ଜେନା, ରମାକାନ୍ତ ମହାନ୍ତି, ସ୍କୁଲର ଉପାଧ୍ୟକ୍ଷା ସୁଶ୍ରୀ ସଙ୍ଗୀତା ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉତ୍କଳୀୟ ପରମ୍ପରାରେ ଅନେକ ଗୁରୁତ୍ୱ ବହନ କରି ଆସିଥିବା ପ୍ରାଚୀନ ଟେରାକୋଟା କଳା ପ୍ରତି ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ହୋଇପାରିବ ବୋଲି ଆଶା ପ୍ରକାଶ କରିଥିଲେ। ସଙ୍ଗଠନର ଉପଦେଷ୍ଟା ଅଧ୍ୟାପକ ଦିଲୀପ ରଥଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଡା. ଶାନ୍ତନୁ ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଫାମାସର ସମ୍ପାଦକ ଦିଲୀପ କୁମାର ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସୁରେଶ ଉପଧ୍ୟାୟ, ଅଧୀପ କୁମାର ଜେନା, ଅବନୀ ଜେନା, ପୂର୍ଣ୍ଣେନ୍ଦୁ ମହାନ୍ତି, ସନ୍ତୋଷ କୁମାର ଦାସ, ନିଶିଥ୍‌ କୁମାର ବାରିକ, ତାପସ ସାହୁ, ନୀଳାଦ୍ରି ଶତପଥୀ, ଶିରିଶ ପାତ୍ର, ପ୍ରଦୀପ ପତି, ଶିଳ୍ପି ପ୍ରତାପ ରାଉତ, ସନାତନ ରାଉତ, ବିଷ୍ଣୁମୋହନ ଦାସ, ବିଜୟ ଦାସ, ପ୍ରଦୀପ ଶତପଥୀ, ନାରାୟଣ ପ୍ରଧାନ, ମହେଶ ରଥ ପ୍ରମୁଖ ଯୋଗଦେଇ ଟେରାକୋଟା ପ୍ରଶିକ୍ଷଣ ଶିବିର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଶେଷରେ ସଞ୍ଜୀବ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶିବିରରେ ସହରର ବିଭିନ୍ନ ସ୍କୁଲର ୨୫୦ଜଣ ଛାତ୍ରୀଛାତ୍ର ଯୋଗଦେଇଥିବା ବେଳେ ଶିଳ୍ପୀ ଅଲେଖ କୁମାର ସାହୁ ଏବଂ ତାଙ୍କ ସହଯୋଗୀ ଟେରାକୋଟା କଳା ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରୁଛନ୍ତି। ଫାମାସ୍‌ ପକ୍ଷରୁ ଆୟୋଜିତ ଏହି ଉତ୍ସବ ଆସନ୍ତା ୮ ତାରିଖରେ ଉଦ୍‌ଯାପିତ ହେବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri