ଆରମ୍ଭ ହେଲା ଜନଗଣନା-୨୦୨୧

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଜନଗଣନା-୨୦୨୧ ପ୍ରକ୍ରିୟା ସୋମବାରଠାରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୧୫ ନଂ ୱାର୍ଡ, କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ତହସିଲ, ବଲାଙ୍ଗୀରର ପୁଇଁତଳା ତହସିଲରେ ଏହା ଆରମ୍ଭ ହୋଇଛି। ଓଡ଼ିଶା ଜନଗଣନା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ପ୍ରଭାକର ବରାଦଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପୂର୍ଣ୍ଣାଙ୍ଗ ଜନଗଣନା ପୂର୍ବରୁ ପ୍ରାକ୍‌ ଜନଗଣନାରେ ଦେଖାଯାଇଥିବା ତ୍ରୁଟିକୁ ସୁଧାରିବାକୁ ଗୁରୁତ୍ୱ ଦିଆଯାଇଛି।
ଏହି ଜନଗଣନା ପ୍ରକ୍ରିୟା ସାମାନ୍ୟ ବିଳମ୍ବରେ ହୋଇଥିବା କୁହାଯାଇଛି। ତେଣୁ ବର୍ତ୍ତମାନ ଘରଗୁଡିକର ଟ୍ୟାଗିଂ କରାଯାଉଛି। ଏହି କାର୍ଯ୍ୟ ଆସନ୍ତା ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ଚାଲିବ। ଜାତୀୟ ଜନଗଣନା ରେଜିଷ୍ଟ୍ରାର(ଏନ୍‌ପିଆର) ନାଗରିକମାନଙ୍କ ତଥ୍ୟ ପ୍ରଦାନରେ ସହାୟକ ହେବ ବୋଲି କୁହାଯାଇଛି। ରାଜଧାନୀର ଜନଗଣନା ଅଧିକାରୀ ପ୍ରସନ୍ନ କୁମାର ରାଉତ କହିଛନ୍ତି ଯେ, ଜନଗଣନାରେ ପରିବାରର ଲୋକସଂଖ୍ୟା, ପରିବାର ମୁଖିଆ, ପାନୀୟଜଳ ସୁବିଧା, କେତେ ପରିମାଣରେ ମୌଳିକ ସୁବିଧା ପାଉଛନ୍ତି ସେ ନେଇ ସର୍ବେକ୍ଷଣ କରାଯାଉଛି। ଜନଗଣନା ପ୍ରି-ଟେଷ୍ଟ ପରେ ପାଇଲଟ ସର୍ଭେ ସେପ୍ଟେମ୍ବର ୧୦ରୁ ୧୯ ମଧ୍ୟରେ ହେବ ବୋଲି ପ୍ରସନ୍ନ କହିଛନ୍ତି। ଆଗାମୀ ବର୍ଷ ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ ଘରୱାରି ଟ୍ୟାଗିଂ ଏବଂ ଏନ୍‌ପିଆର ହେବ। ଟ୍ୟାଗିଂ ପାଇଁ ୩୩ ଏବଂ ଏନ୍‌ପିଆର ପାଇଁ ୧୫ଟି ପ୍ରଶ୍ନ ପଚରାଯିବ। ଏହା ପରେ ୨୦୨୧ ଫେବୃୟାରୀ ୯ରୁ ୨୧ ମଧ୍ୟରେ ପ୍ରକୃତ ଜନଗଣନା ଆରମ୍ଭ ହେବ। ସେହି ପର୍ଯ୍ୟାୟରେ ଲୋକମାନଙ୍କୁ ୨୮ଟି ପ୍ରଶ୍ନ ପଚରାଯିବ। ସାରା ରାଜ୍ୟରେ ଜନଗଣନା ପାଇଁ ପ୍ରାୟ ଏକ ଲକ୍ଷ ଗଣନାକାରୀଙ୍କୁ ନିୟୋଜିତ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri