ଆରମ୍ଭ ହେଲା ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତୀୟ ହସ୍ତତନ୍ତ ମେଳା-୨୦୨୦ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଯାଇଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’ ପକ୍ଷରୁ ଆୟୋଜିତ ଏହି ମେଳାକୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଚଳିତବର୍ଷ ମେଳାରେ ଉତ୍ତରପ୍ରଦେଶ, ଜମ୍ମୁ ଓ କଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ, ପଣ୍ଡିଚେରୀ, ତାମିଲନାଡ଼ୁ, କର୍ନାଟକ, ଉତ୍ତରାଖଣ୍ଡ, ହରିୟାଣା ଏବଂ ଓଡ଼ିଶାର ପ୍ରାୟ ୧୦୦ ସଂସ୍ଥା ଓ ସମିତି ଅଂଶଗ୍ରହଣ କରିଛନ୍ତି। ଏଠାରେ ଭାରତର ବିଭିନ୍ନ କୋଣାନୁକୋଣରେ ପ୍ରସ୍ତୁତ କଟନ୍‌, ସିଲ୍‌କ, ଟସର, ଏରି ଭଳି ବିଭିନ୍ନ ଫ୍ୟାବ୍ରିକ୍‌ରେ ପ୍ରସ୍ତୁତ ହସ୍ତତନ୍ତ ଶାଢ଼ି, ଡ୍ରେସ୍‌ ଓ ଡ୍ରେସ୍‌ ମ୍ୟାଟେରିଆଲ୍‌, ବିଭିନ୍ନ ଫାବ୍ରିକ୍‌ର କପଡ଼ା ଇତ୍ୟାଦି ଗ୍ରାହକମାନଙ୍କ ପାଇଁ ଉପଲବ୍ଧ ହେଉଛି।
ଫେବୃୟାରୀ ୨୩ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାର ଉଦ୍‌ଘାଟନୀ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପଦ୍ମିନୀ ଦିଆନ୍‌, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ଯୋଗଦେଇଥିଲେ। ବିଭାଗୀୟ ପ୍ରମୁଖ ସଚିବ ହେମନ୍ତ ଶର୍ମା ସ୍ବାଗତ ଭାଷଣ ଦେଇ ମେଳାର ଆଭିମୁଖ୍ୟ ସମ୍ପର୍କରେ କହିଥିବାବେଳେ ବୟନିକା ସଭାପତି ଶେଷ କୁମାର ମେହେର, ପରିଚାଳନା ନିର୍ଦ୍ଦେଶକ ଜ୍ୟୋତିପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଗତବର୍ଷଗୁଡ଼ିକରେ ସର୍ବାଧିକ ବ୍ୟବସାୟ କରିଥିବା ୩ ତନ୍ତୁବାୟ ସମିତିକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରିଥିଲେ। ସୁବର୍ଣ୍ଣପୁର ଜିଲାର ମା’ କ୍ଷେତ୍ରପାଳ ତନ୍ତୁବାୟ ସହଯୋଗ ସମିତି ପ୍ରଥମ ପୁରସ୍କାର ପାଇଥିବାବେଳେ ସେହି ଜିଲାର ଦେବ ଦେବ ମହାଦେବ ତନ୍ତୁବାୟ ସମିତି ଦ୍ୱିତୀୟ ପୁରସ୍କାର ଏବଂ କଟକ ନୂଆପଟଣାର ମା’ ଅନ୍ନପୂର୍ଣ୍ଣା ତନ୍ତୁବାୟ ସମିତି ତୃତୀୟ ପୁରସ୍କାର ପାଇଥିଲା। ବିଜେତାମାନଙ୍କୁ ଯଥାକ୍ରମେ ୩ ଲକ୍ଷ, ୨ ଲକ୍ଷ ଏବଂ ୧ ଲକ୍ଷ ଟଙ୍କା ଲେଖାଁଏ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। ଏହାସହ ୭୫ ବର୍ଷ ପୂରଣ କରିଥିବା ୩ ଐତିହ୍ୟ ସମବାୟ ସମିତି ଗଞ୍ଜାମର କଣ୍ଟେଇକୋଳି ତନ୍ତୁବାୟ ସହଯୋଗ ସମିତି, କୁଲାଡ ତନ୍ତୁବାୟ ସହଯୋଗ ସମିତି ଏବଂ ବେଲଗୁଣ୍ଠା ତନ୍ତୁବାୟ ସହଯୋଗ ସମିତିକୁ ମୁଖ୍ୟମନ୍ତ୍ରୀ ୧ ଲକ୍ଷ ଟଙ୍କା ଲେଖାଁଏ ପ୍ରଦାନ କରିଥିଲେ। ମେଳାକୁ ଉଦ୍‌ଘାଟନ କରି ସେ ଏହାର ଥିମ୍‌ ପ୍ୟାଭିଲିୟନ୍‌ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri