ଆରମ୍ଭ ହେଲା ଦେବଗଡ ପୌରାଞ୍ଚଳରେ ସାନିଟାଇଜ କାର୍ଯ୍ୟକ୍ରମ

ଦେବଗଡ, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣକୁ ରୋକିବା ପାଇଁ ବୁଧବାର ଦେବଗଡ ପୌର ପରିଷଦ ପକ୍ଷରୁ ଅଗ୍ନିଶମ ବାହିନୀ ସହାୟତାରେ ପୌରାଞ୍ଚଳର ମୁଖ୍ୟ ଅଞ୍ଚଳଗୁଡିକୁ ଜୀବାଣୁ ମୁକ୍ତ କରିବା ପାଇଁ ଔଷଧ ବିଶୋଧକ କେମିକାଲ ମିଶ୍ରିତ ଜଳ ସିଞ୍ଚନ କରାଯାଇ ସାନିଟାଇଜ କରାଯାଇଥିଲା। ପୌର ପରିଷଦ ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅଗ୍ନିଶମ ଅଧିକାରୀ ପ୍ରଫୁଲ୍ଲ କୁମାର ସାହୁ ବିଭାଗୀୟ କର୍ମଚାରୀଙ୍କ ସହ ଦମକଳ ସହାୟତାରେ ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡଠାରୁ ପୁରୁଣା ପୋଷ୍ଟ ଅଫିସ ଛକ, ପୁରୁଣା ପୋଷ୍ଟ ଅଫିସ ଛକଠାରୁ ଗୋପବନ୍ଧୁ ଛକ, ଗୋପବନ୍ଧୁ ଛକଠାରୁ ବିଦ୍ୟୁତ୍‌ ସବଷ୍ଟେସନ, ଦୈନିକ ପରିବା ବଜାର ଓ ଭାରତୀୟ ଷ୍ଟେଟବ୍ୟାଙ୍କ ଛକ ଆଦି ଅଞ୍ଚଳକୁ ସାନିଟାଇଜ କରାଯାଇଥିଲା। ଏହି ଅବସରରେ ପୌର ପରିଷଦ ନିର୍ବାହୀ ଅଧିକାରୀ ପ୍ରଧାନ ଓ ପୌର କର୍ମଚାରୀ ମାନଙ୍କ ସମେତ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ପୌରାଞ୍ଚଳରେ ୧୧ଟି ଯାକ ୱାର୍ଡରେ ପର୍ଯ୍ୟାୟ କ୍ରମେ କରାଯିବ ବୋଲି ନିର୍ବାହୀ ଅଧିକାରୀ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri