ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ ସଦସ୍ୟ, ସହିଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ରାଷ୍ଟ୍ରପତି ଅଭିଭାଷଣ ରଖି କହିଛନ୍ତି, ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେବାକୁ ମୋ ସରକାର ଲାଗି ରହିଛି। ଲୋକଙ୍କୁ ଶାସନର କେନ୍ଦ୍ରବିନ୍ଦୁ କରାଇ କାର୍ଯ୍ୟକ୍ରମ କରାଯାଉଛି। ଦାରିଦ୍ର୍ୟ ଦୂରୀକରଣ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଲୋକଙ୍କ ସୁବିଧା ପାଇଁ ମୋ ସରକାର ଆରମ୍ଭ କରାଯାଇଛି। ୫-ଟି ଜରିଆରେ ଶାସନକୁ ଅଧିକ କ୍ରିୟାଶୀଳ କରାଯାଇଛି। ସେହିଭଳି ଶ୍ରୀମନ୍ଦିର ଭିତ୍ତିଭୂମି ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ମଧ୍ୟ ବିଶେଷ କାର୍ଯ୍ୟକ୍ରମ କରାଯାଉଛି। ଚାଷୀଙ୍କ ଆୟ ବୃଦ୍ଧି ପାଇଁ ବହୁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଚାଷୀଙ୍କ ପାଇଁ କାଳିଆ, ପିଲାଙ୍କ ପାଇଁ କାଳିଆ ଛାତ୍ରବୃତ୍ତି ହୋଇଛି। କୃଷି ଶିଳ୍ପକୁ ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀ କୃଷି ଶିଳ୍ପ ଯୋଜନା ଲାଗୁ ହୋଇଛି। କୃଷି କ୍ଷେତ୍ରକୁ ଜଳ ଯୋଗାଣ ପାଇଁ ବହୁ ବ୍ୟାରେଜ ନିର୍ମାଣ ହୋଇଛି। କେନାଲ, ଉଠା ଜଳସେଚନ ଜରିଆରେ ଜଳ ଯୋଗାଣ ହେଉଛି। ପଶୁପାଳନ, ମତ୍ସ ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହନ ଦିଆଯାଉଛି। ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ଜରିଆରେ ଶସ୍ୟ ଯୋଗାଣ ହେଉଛି। ପ୍ରତି ଗରିବ ପରିବାରକୁ ମୁଣ୍ଡପିଛା ୫ କେଜି ଶସ୍ୟ ଯୋଗାଣ ହେଉଛି। ସ୍ବାସ୍ଥ୍ୟସେବାରେ ଉନ୍ନତି ପାଇଁ ବହୁ ଯୋଜନା ହାତକୁ ନିଆଯାଇଛି। କଟକ ଏସ୍‌ସିବିକୁ ବିଶ୍ୱସ୍ତରୀୟ କରିବାକୁ ପଦକ୍ଷେପ ନିଆଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ଚିକିତ୍ସା ସେବା ମିଳୁଛି। ନିରାମୟ ଯୋଜନାରେ ରୋଗୀଙ୍କୁ ମାଗଣା ଔଷଧ ମିଳୁଛି। ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ମିଶନ ଶକ୍ତି କାମ କରୁଛି। ଓଡ଼ିଆ ଭାଷା, ସଂସ୍କୃତିର ବିକାଶ ପାଇଁ ବହୁ କାର୍ଯ୍ୟକ୍ରମ କରାଯାଉଛି। ପାଇକ ବିଦ୍ରୋହ ସ୍ମାରକୀ ପାଇଁ ୧୦ ଏକର ଜମି ଦିଆଯାଇଛି। ୨୧୪ଟି ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି, ଆଉ ୩୬ଟି ଖୋଲିବ। ୫୭୬ଟି ସ୍କୁଲରେ ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥା କରାଯାଇଛି। ୪୧ ଲକ୍ଷ ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ଯୋଗାଣ କରାଯାଉଛି। ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦିଆଯାଇଛି୧ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ମେଧାବୀଙ୍କୁ ବୃତ୍ତି ଦିଆଯାଉଛି। ନିର୍ମାଣ ଶ୍ରମିକଙ୍କ ପାଇଁ କ୍ଷତିପୂରଣ ୨ ଓ ୪ ଲକ୍ଷକୁ ବୃଦ୍ଧି ହୋଇଛି। ସ୍ବାଭାବିକ ମୃତ୍ୟୁରେ ୨ ଲକ୍ଷ, ଦୁର୍ଘଟଣାରେ ମୃତ୍ୟୁ ପାଇଁ ୪ ଲକ୍ଷ ମିଳିବ। ୫୭୯୮ କିମି ନୂଆ ରାସ୍ତା ଓ ୨୦୬ ଟି ସେତୁ କରାଯାଇଛି
ଫନୀରେ କ୍ଷତିଗ୍ରସ୍ତ ପୁରୀ ସହର ପାଇଁ ବହୁ କାର୍ଯ୍ୟ କରାଯାଉଥିବା ରାଜ୍ୟପାଳ କହିଛନ୍ତି। ଏହାଛଡ଼ା ଆସନ୍ତାବର୍ଷକୁ ସମ୍ପୂର୍ଣ୍ଣ ପେପରଲେସ୍‌ ବଜେଟ କରିବାକୁ ନିଷ୍ପତ୍ତି ନିଆଯାଇଥିବା ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri