ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ ନିୟୋଜିତ ହୋଇଛନ୍ତିି। ସୂଚନା ମୁତାବକ, ସକାଳ ୯ଟାରେ ଦର୍ପଦଳନ ରଥରେ ଭୋଇ ସେବକମାନେ ଲଡୁ ମାହାର୍ଦ୍ଦ ଓ ନଡ଼ିଆ ଆଣି ରଖିଥିଲେ। ଭୋଇ ସର୍ଦ୍ଦାର ରଥରେ ନଡ଼ିଆ ବାଡେଇବା ପରେ ଆରମ୍ଭ ହୋଇଥିଲା ରଥଭଙ୍ଗା କାମ। ଉପର ଆଡୁ ରଥ ଭଙ୍ଗା ଯାଉଛିି। ପ୍ରଥମ ଦିନରେ ରଥର କଳସ, ଖପୁରି, ପାରାଭାଡ଼ି, ପୋଟଳ, ପୋଟଳ ପାରେଣି, ଖମ୍ବି ଏବଂ ଓରା, ତୃତୀୟ ଭୂଇଁ, ଦ୍ୱିତୀୟ ଭୂଇଁ, ଅନ୍ଧାରୀ ତାଗ, କଇଞ୍ଚତ୍, ମୂଳ ଭୂଇଁ, ସିଂହାସନ, ପ୍ରଭା ଓ ଚାରିଦ୍ୱାର ଭଙ୍ଗାଯାଇଛିି। ରଥ ଭଙ୍ଗାଯାଇ ବାହାରୁଥିବା କାଠକୁ ଦୋଳବେଦି ପରିସରରେ ରଖାଯାଇଛିି। ଏହାକୁ ଠାକୁରଙ୍କ କୋଠଭୋଗ ଜାଳେଣି ପାଇଁ ବ୍ୟବହାର କରାଯିବ। ରଥର ପ୍ରଭା, ଚକ, ଗୁଜ, ଅସୁଆରୀ ପ୍ରଭୃତି ବିକ୍ରି କରାଯିବ। ଦର୍ପଦଳନ ରଥ ସମ୍ପୂର୍ଣ୍ଣ ଭାଙ୍ଗିବାକୁ ଆହୁରି ପ୍ରାୟ ୩ ଦିନ ସମୟ ଲାଗିବ ବୋଲି ଭୋଇ ସର୍ଦ୍ଦାର ସୂଚନା ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri