ଆରମ୍ଭ ହେଲା ଶ୍ରମିକଙ୍କ ଘରବାହୁଡା: ତେଲେଙ୍ଗାନାରୁ ଝାଡ଼ଖଣ୍ଡ ଅଭିମୁଖେ ବାହାରିଲା ୨୪କୋଚ ଥିବା ସ୍ବତନ୍ତ୍ର ଟ୍ରେନ୍‌

ହାଇଦ୍ରାବାଦ,୧।୫: ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ଲକ୍ଷ ଲକ୍ଷ ଶ୍ରମିକଙ୍କୁ ନିଜ ଘରକୁ ଫେରାଇ ଆଣିବା କାର୍ଯ୍ୟ ଆରମ୍ଭ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନୁମୋଦନ ପରେ ବିଭିନ୍ନ ରାଜ୍ୟ ସରକାର ନିଜ ରାଜ୍ୟର ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଶ୍ରମିକଙ୍କୁ ଆଣିବା ପାଇଁ ତେଲେଙ୍ଗାନା ସରକାରଙ୍କ ଅନୁରୋଧକ୍ରମେ ଲିଙ୍ଗମ୍‌ପାଲିରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଝାଡ଼ଖଣ୍ଡ ଅଭିମୁଖେ ବାହାରିଛି। ଶୁକ୍ରବାର ସକାଳ ୫ଟାରେ ଲିଙ୍ଗମ୍‌ପାଲିରୁ ଏହି ଟ୍ରେନ୍‌ ବାହାରିଥିବା ବେଳେ ରାତି ୧୧ଟା ସୁଦ୍ଧା ଝାଡଖଣ୍ଡର ହଟିଆ ଷ୍ଟେସନରେ ପହଞ୍ଚିବ ବୋଲି ରେଳ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଟ୍ରେନ୍‌ରେ ୨୪ଟି କୋଚ୍‌ ଥିବା ବେଳେ ଏଥିରେ ପ୍ରାୟ ୧୨ଶହ ପ୍ରବାସୀ ଶ୍ରମିକ ଯାତ୍ରା କରିଛନ୍ତି। ପ୍ରତି କୋଚ୍‌ରେ ମାତ୍ର ୫୬ଜଣ ଯାତ୍ରୀ ରହିଛନ୍ତି। ତେବେ ସବୁ ଯାତ୍ରୀଙ୍କୁ ଯାତ୍ରା ପୂର୍ବରୁ ସ୍କ୍ରିନିଂ କରାଯିବା ସହ ଷ୍ଟେସନ ଓ ଟ୍ରେନ୍‌ରେ ସାମାଜିକ ଦୂରତ୍ୱର ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri