ଆରମ୍ଭ ହେଲା ସ୍ମାର୍ଟ କ୍ଲାସ୍‌ ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୩।୭ – ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ‘ସ୍ଲାର୍ଟ କ୍ଲାସ ପ୍ରକଳ୍ପ’। ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ଢେଙ୍କାନାଳ ରାଜ୍ୟର ପ୍ରଥମ ଜିଲା।
ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଏହାର ଶୁଭାରମ୍ଭ କରିଥିଲେ। ‘ସ୍ମାର୍ଟ କ୍ଲାସ୍‌ ପ୍ରକଳ୍ପ’ ମାଧ୍ୟମରେ ଭିଡିଓଗ୍ରାଫି ଜରିଆରେ ହାଇସ୍କୁଲର ୯ମ ଏବଂ ୧୦ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ଜିଲାର ୨୦ଟି ହାଇସ୍କୁଲକୁ ଏଥିରେ ସାମିଲ କରାଯାଇଛି।
ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇ କହିଲେ, ବାଙ୍କା ଜିଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ ପ୍ରକଳ୍ପ ବିହାର ରାଜ୍ୟରେ ପ୍ରଥମକରି କାର୍ଯ୍ୟକାରୀ ହୋଇଥିଲା। ଏହାକୁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। ଢେଙ୍କାନାଳ ଜିଲାର ଶିକ୍ଷାରେ ବିକାଶ ଏବଂ ନୂତନତ୍ୱ ଆଣିବା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶରେ ଶିକ୍ଷା ବିଭାଗର ଅଧିକାରୀ ବାଙ୍କା ଜିଲା ଗସ୍ତ କରି ଏହି ପ୍ରକଳ୍ପର ଅନୁଧ୍ୟାନ କରିଥିଲେ। ସେଠାରୁ ଫେରିବା ପରେ ପରୀକ୍ଷାମୂଳକ ଭାବେ ଏହାକୁ ଢେଙ୍କାନାଳରେ ଆରମ୍ଭ କରାଯାଇଛି।
ଏହି ପ୍ରଳଳ୍ପ କାର୍ଯ୍ୟକାରୀ ହୋଇଥିବା ହାଇସ୍କୁଲରେ ପ୍ରତି ସପ୍ତାହରେ ଗୋଟିଏ ପିରିୟଡ ଟେଲିଭିଜନ ଏବଂ ଭିଡ଼ିଓଗ୍ରାଫି ମାଧ୍ୟମରେ ପାଠପଢ଼ା ପାଇଁ ରଖାଯିବ। ଛାତ୍ରୀଛାତ୍ରମାନେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଭାଗନେବେ। ଏହାଦ୍ୱାରା ସେମାନଙ୍କ ବୌଦ୍ଧିକ ବିକାଶ ହେବ ବୋଲି ଜିଲାପାଳ ଆଶାବ୍ୟକ୍ତ କରିଛନ୍ତି।
ପ୍ରକଳ୍ପ ପରିଚାଳନା ଦାୟିତ୍ୱରେ ଥିବା ‘ଉନ୍ନୟନ ଫାଉଣ୍ଡେଶନ’ ସଂସ୍ଥା ଅଧିକାରୀ ପ୍ରିୟଙ୍କା ଯାଦବ, ଜିଲା ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର, ଜିଲାର ସମସ୍ତ ବ୍ଲକର ଶିକ୍ଷାଧିକାରୀ, ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିବା ହାଇସ୍କୁଲର ପ୍ରଧାନଶିକ୍ଷକ, ବିଜ୍ଞାନ ଶିକ୍ଷକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri