ଆରମ୍ଭରୁ ହଟ୍ଟଗୋଳ: ଶନିବାର ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶୁକ୍ରବାର ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନ। ପ୍ରାରମ୍ଭରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବା ପରେ ଶୋକ ପ୍ରସ୍ତାବ ନେଇ ଆଲୋଚନା ହୋଇଥିଲା। ଏହି ସମୟରେ ଗୃହ ଅଫିସର ଗ୍ୟାଲେରିରେ ଜଣେ ମଧ୍ୟ ଅଫିସର ନ ଥିବାରୁ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଉଦ୍‌ବେଗ ପ୍ରକାଶ କରିଥିଲେ। ପରେ ଏହାକୁ ନେଇ ଗୃହରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଥିଲା। ଉଭୟ ଭାଜପା ଓ କଂଗ୍ରେସ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ ଓ ନାରାବାଜି କରିଥିଲେ। ଏସବୁ ମଧ୍ୟରେ ଗୃହକାର୍ଯ୍ୟ ଅଳ୍ପ ସମୟ ଚାଲିବା ପରେ କଂଗ୍ରେସ ବିଧାୟକ ସଚିବଙ୍କୁ ଚେୟାରରୁ ଟାଣି ଉଠାଇ ଦେଇଥିଲେ। ଏଣୁ ଗୃହକୁ ଶାନ୍ତ କରିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶନିବାର ଯାଏ ବିଧାନସଭା ମୁଲତବୀ ଘୋଷଣା କରିଥିଲେ। ପ୍ରକାଶ ଯେ, ଏହି ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଏଥିରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି। ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଫେବୃୟାରୀ ୧୪ରୁ ଆରମ୍ଭ ହୋଇ ୨୬ ତାରିଖ ଯାଏ ଚାଲିବାକୁଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୧ରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଚଳିତ ମାସ ୧୮ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri