ଆରୋଗ୍ୟ ସେତୁ ଆପ୍‌ ଉପରେ ପାକିସ୍ତାନ ହ୍ୟାକରର ନଜର

ମୁମ୍ବାଇ,୧୦।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟ ଜଟିଳ ପରିସ୍ଥିତିରେ ପହଞ୍ଚିଛି। ଏହାକୁ ରୋକିବାକୁ ବିଭିନ୍ନ ଦେଶ ନିଜ ପକ୍ଷରୁ ଯଥାସମ୍ଭବ ଉଦ୍ୟମ ଚଳାଇଛନ୍ତି। ତେବେ କରୋନା ସଙ୍କଟ ମଧ୍ୟରେ ପାକିସ୍ତାନ ନିଜ କୁକର୍ମରୁ ଓ ଭାରତ ବିରୋଧରେ ଷଡ଼ଯନ୍ତ୍ର କରିବାରେ ପଛଘୁଞ୍ଚା ଦେଉନାହିଁ। ସୂଚନାଯୋଗ୍ୟ, କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆରୋଗ୍ୟ ସେତୁ ନାମକ ଏକ ଆପ୍‌ ତିଆରି କରାଯାଇଛି। ଯାହାକୁ ଏବେ ସରକାରୀ ସ୍ତର ଓ କାର୍ଯ୍ୟାଳୟରେ ବାଧ୍ୟତାମୂଳକ ଡାଉନଲୋଡ କରିବାକୁ ନିର୍ଦ୍ଦେଶ ରହିଛି। ତେବେ ଏହି ଆପ୍‌ ଭଳି ନକଲି ଆପ୍‌ ତିଆରି କରି ଡାଟା ଚୋରି କରିବାକୁ ଷଡ଼ଯନ୍ତ୍ର ରଚୁଛି ପାକିସ୍ତାନ। କାରଣ ଫୋନରେ ବ୍ୟକ୍ତିଙ୍କ ସମସ୍ତ ସୂଚନା ରହୁଥିବାରୁ ଏବେ ଏହା ଉପରେ ପାକିସ୍ତାନ ହ୍ୟାକର ନଜର ରହିଛି ବୋଲି ମହାରାଷ୍ଟ୍ର ସାଇବର ସିକ୍ୟୁରିଟି ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଯେଉଁଥିରେ କୁହାଯାଇଛି ଯେ, ପାକିସ୍ତାନ ହ୍ୟାକର ଏକ ନକଲି ଆରୋଗ୍ୟ ସେତୁ ଆପ୍‌ ତିଆରି କରିଛି। ଏହି ଆପ୍‌କୁ ଇନ୍‌ଷ୍ଟୋଲ କରିବା ମାତ୍ରେ ବ୍ୟକ୍ତିଙ୍କ ଫୋନରେ ଥିବା ସମସ୍ତ ଡାଟାକୁ ହ୍ୟାକର ଚୋରି କରିନେବେ। ଏହି ଆପ୍‌କୁ ୨୦୨୦ ଏପ୍ରିଲରେ ଲଞ୍ଚ କରାଯାଇଥିଲା। ହେଲେ ବର୍ତ୍ତମାନ ପୁଣିଥରେ ଏହି ନକଲି ଆପ୍‌ର ନୂଆ ଭର୍ସନ ଲଞ୍ଚ କରାଯାଇଛି ବୋଲି ମହାରାଷ୍ଟ୍ର ସାଇବର ସିକ୍ୟୁରିଟିର ଆଇଜି ଯଶସ୍ବୀ ଯାଦବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri