ଆର୍ଥତ୍କ ପ୍ୟାକେଜକୁ ନେଇ ପ୍ରଶ୍ନ ଉଠିଲା

ନୂଆଦିଲ୍ଲୀ,୧୪।୬: କରୋନା ମହାମାରୀ ପାଇଁ ଦେଶର ଅର୍ଥ ବ୍ୟବସ୍ଥା ସାମ୍ନାରେ ଆସିଥିବା ଚ୍ୟାଲେଞ୍ଜକୁ ସାମ୍ନା କରିବା ଲାଗି ସରକାର ୨୦ ଲକ୍ଷ କୋଟି ଟଙ୍କାର ଏକ ଆର୍ଥତ୍କ ପ୍ୟାକେଜ ଘୋଷଣା କରିଛନ୍ତି। ଏହାକୁ ଆତ୍ମନିର୍ଭର ଭାରତ ପ୍ୟାକେଜ କୁହାଯାଉଥିବା ବେଳେ ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବିସ୍ତୃତ ବିବରଣୀ ପ୍ରଦାନ କରିଛନ୍ତି। ଏହି ପ୍ୟାକେଜକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦର ସଦସ୍ୟ ଅସୀମା ଗୋୟଲ ପ୍ରଶ୍ନ ଉଠାଇଛନ୍ତି। ଆଶ୍ୱସ୍ତି ପ୍ୟାକେଜରେ ଆହୁରି ସୁଧାର ଆସିବା ଉପରେ ସେ ମତବ୍ୟକ୍ତ କରିଛନ୍ତି।
ସେ କହିଛନ୍ତି ଯେ, ଅର୍ଥ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା ଲାଗି ସରକାରଙ୍କୁ ବଜାର ଚାହିଦା ବଢ଼ାଇବାର ଆବଶ୍ୟକତା ରହିଛି। ସରକାର ଆଣିଥିବା ଆର୍ଥତ୍କ ପ୍ୟାକେଜ ସମ୍ପୂର୍ଣ୍ଣ ନୁହେଁ। ପ୍ୟାକେଜରେ ରହିଥିବା ସମସ୍ୟାକୁ ଦୂରକରି ଏହାକୁ ଉନ୍ନତ କରିବାର ଆବଶ୍ୟକତା ରହିଛି। ଗୋୟଲ ବର୍ତ୍ତମାନ ଅର୍ଥନୈତିକ ପରାମର୍ଶଦାତା ପରିଷଦରେ ପାର୍ଟ ଟାଇମ ସଦସ୍ୟ ଭାବେ କାର୍ଯ୍ୟ କରୁଛନ୍ତି। ପ୍ୟାକେଜର ଅଧିକାଂଶ ଭାଗ ବିତ୍ତୀୟ କ୍ଷେତ୍ର ସହ ଜଡିତ ରହିଛି। ମାତ୍ର ଅର୍ଥ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା ଲାଗି ଚାହିଦା ଏବଂ ଯୋଗାଣ ମଧ୍ୟରେ ତାଳମେଳର ଆବଶ୍ୟକତା ରହିଛି।
ସରକାର ଗତ ମାସରେ ୨୦.୯୭ ଲକ୍ଷ କୋଟି ଟଙ୍କାର ଏକ ଆଶ୍ୱସ୍ତି ପ୍ୟାକେଜ ଘୋଷଣା କରିଥିଲେ। ଏହା ମଧ୍ୟରେ କେବଳ ରିଜର୍ଭ ବ୍ୟାଙ୍କର ୮.୦୧ ଲକ୍ଷ କୋଟି ଟଙ୍କାର ରେପୋ ଅପରେଶନଶନ ସମେତ ଅନ୍ୟ ପଦକ୍ଷେପ ସାମିଲ ରହିଛି। ଅର୍ଥ ବ୍ୟବସ୍ଥାକୁ ଉଠାଇବା ଲାଗି ପଦକ୍ଷେପ ଉପରେ ଏକ ପ୍ରଶ୍ନର ଉତ୍ତରରେ ଗୋୟଲ କହିଛନ୍ତି ଯେ, କୋଭିଡ୍‌ ମହାମାରୀ ଏକ ଅସ୍ଥାୟୀ ଝଟକା। ମାନବ ସମ୍ବଳ ଠିକ୍‌ ରହିଲେ ବାସ୍ତବିକ ଝଟକା ପରେ ଅର୍ଥ ବ୍ୟବସ୍ଥାରେ ତୁରନ୍ତ ସୁଧାର ପରିଲକ୍ଷିତ ହେବ। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାରତୀୟ ଅର୍ଥ ବ୍ୟବସ୍ଥା ୪.୨% ହାରରେ ଅଭିବୃଦ୍ଧି ହାସଲ କରିଛି। ଏହା ଗତ ୧୧ ବର୍ଷ ମଧ୍ୟରେ ସର୍ବନିମ୍ନ ସ୍ତର। ୨୦୨୦-୨୧ରେ ଜିଡିପି ପ୍ରାୟ ୩ରୁ ୫% ଖସିଯିବ ବୋଲି ଭିନ୍ନ ଭିନ୍ନ ଏଜେନ୍ସି ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri