ଆର୍ଥିକ ଅନଟନରେ ବାରିକ ପରିବାର

ସିନାପାଲି,୩ା୫(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କୌଣସି ସେଲୁନ ଓ ବିଉଟି ପାର୍ଲର ଖୋଲିବା ନାହିଁ ବୋଲି ସରକାର ଘୋଷଣା କରିଛନ୍ତି ା ଏଥିପାଇଁ ଗତ ଦେଢ଼ ମାସ ହେବ ସେଲୁନଗୁଡିକ ବନ୍ଦ ରହିଛି ା ଫଳରେ ଏହି ବେଉସାକୁ ଆଶ୍ରା କରି ପରିବାର ଚଳାଉଥିବା ବାରିକମାନଙ୍କ ଆର୍ଥତ୍କ ଅବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି ା ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସିନାପାଲି ସେଲୁନ ବ୍ୟବସାୟୀ ସଂଘ ତରଫରୁ ବିଡିଓଙ୍କ ଜରିଆରେ ନୂଆପଡା ଜିଲାପାଳଙ୍କୁ ୪ଦଫା ଦାବିପତ୍ର ପ୍ରଦାନ କରାଯାଇଛି ା ବିଶେଷ କରି ସେଲୁନ,ପାର୍ଲରଗୁଡିକୁ ବିଶୋଧନ କରିବା ା ଆବଶ୍ୟକ ପ୍ରତିଷେଧକ ବ୍ୟବହାର, ମାସ୍କ, ଗ୍ଲୋବ ବ୍ୟବହାର ସହିତ କରୋନା କଟକଣା ନିୟମ ପାଳନ ପୂର୍ବକ ସେଲୁନ ଖୋଲିବାକୁ ଅନୁମତି ପ୍ରଦାନ ପାଇଁ ଅନୁରୋଧ କରାଯାଇଛି ା ପତ୍ର ସଂଖ୍ୟା ୨୩୨୮ / ଏଲ୍‌ଏଣ୍ଡଏଏସ୍‌ ଆଇନ ୨୪ା୪ା୨୦୧୭ ଅନୁଯାୟୀ ବାରିମାନଙ୍କୁ ଅଣସଙ୍ଗଠିତ ଶ୍ରମିକ ତାଲିକାରେ ସରକାର ସାମିଲ କରିଛନ୍ତି ା ହେଲେ ସେମାନଙ୍କ ପାଇଁ କୌଣସି ଆର୍ଥିକ ସହାୟତା ଘୋଷାଣ କରାଯାଇନାହିଁ ା ମାଇକ୍ରୋ ଫାଇନାନ୍ସ ଓ ବ୍ୟାଙ୍କରୁ ଋଣ କରି ବୃତ୍ତି କରୁଥିବା ବାରିକମାନଙ୍କୁ ସୁଧ ଛାଡ଼ କରାଯାଉ ବୋଲି ଉକ୍ତ ଦାବିପତ୍ରରେ ଉଲ୍ଲେଖ ଅଛି ା ସିନାପାଲି ବାରିକ ସଂଘର ସଭାପତି ଚିତ୍ତରଞ୍ଜନ ବାରିକ, ପୀତବାସ ବାରିକ, ପ୍ରଶାନ୍ତ ବାରିକ, ସୁଶାନ୍ତ ବାରିକ, ହରେକୃଷ୍ଣ ବାରିକ, ଅଚ୍ୟୁତ ବାରିକ, ବିକ୍ରମ ବାରିକ, ମନୋରଞ୍ଜନ ବାରିକ, ଦୈତାରୀ ବାରିକ, ରିଙ୍କୁ ବାରିକ, ସାମନ୍ତ ବାରିକ ଓ ଜିଲା ଭାଜପା ସଭାପତି ସୁବ୍ରତ କୁମାର ଠାକୁର ପ୍ରମୁଖ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri