Posted inଜାତୀୟ

ଆର୍ଥିକ ପ୍ୟାକେଜର ତୃତୀୟ ପର୍ଯ୍ୟାୟରେ କୃଷିକୁ ଦିଆଗଲା ଗୁରୁତ୍ୱ

ନୂଆଦିଲ୍ଲୀ,୧୫।୫: କରୋନା ସଙ୍କଟ ସମୟରେ ବିଗିଡି ଯାଇଥିବା ଅର୍ଥ ବ୍ୟବସ୍ଥାକୁ ସଜାଡିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭରଶୀଳ ଭାରତ ଅଭିଯାନର ଘୋଷଣା କରିଥିଲେ। ଏଥିରେ ପ୍ରଧାନମନ୍ତ୍ରୀ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିବା ବେଳେ ଅର୍ଥମନ୍ତ୍ରୀ ନିର୍ଭଳା ସୀତାରାମଣ ଶୁକ୍ରବାର ଏହି ପ୍ୟାକେଜର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କୃଷି କ୍ଷେତ୍ରରେ ନିବେଶ ବୃଦ୍ଧି କରିବା ପାଇଁ ୧୯୫୫ ଅତ୍ୟାବଶ୍ୟକ ସାମଗ୍ରୀ ଅଧିନିୟମରେ ସଂଶୋଧନ ଅଣାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା କୃଷକମାନଙ୍କର ଆୟ ବୃଦ୍ଧି ହୋଇପାରିବ। ମହୁମାଛି ଚାଷର ଭିତ୍ତିଭୂମିକୁ ମଜଭୂତ କରିବା ପାଇଁ ୫୦୦ କୋଟି ଟଙ୍କାର ଯୋଜନା ଆରମ୍ଭ କରାଯାଇଥିବା ସେ ସୂଚନା ଦେଇଛନ୍ତି। ଏହାଦ୍ୱାରା ୨ ଲକ୍ଷ ମହୁମାଛି ଚାଷୀ ଉପକୃତ ହେବେ ଏବଂ ସେମାନଙ୍କର ଆୟ ବୃଦ୍ଧି ପାଇବ। ସେହିପରି ହର୍ବାଲ ବା ଆୟୁର୍ବେଦୀୟ ଔଷଧୀୟ ବୃକ୍ଷଲତା ଚାଷ କରିବାକୁ ୪୦୦୦କୋଟି ଟଙ୍କାର ସହାୟତା ଯୋଗାଇ ଦିଆଯିବ। ୨ ବର୍ଷ ମଧ୍ୟରେ ୧୦ ହେକ୍ଟର ଜମିରେ ଏହା ଚାଷ କରାଯିବ। ପଶୁପାଳନର ଭିତ୍ତିଭୂମି ସୁଦୃଢ଼ କରିବାକୁ ୧୫ ହଜାର କୋଟି ଟଙ୍କାର ଫଣ୍ଡ ବଣ୍ଟାଯାଇଥିବା ସେ କହିଛନ୍ତି। ଯାହାର ଲାଭ କୃଷକମାନଙ୍କୁ ମିଳିବ। ନ୍ୟାଶନାଲ ଆନିମଲ ଡିଜିଜ କଣ୍ଟ୍ରୋଲ୍‌ ପ୍ରୋଗ୍ରାମ ଅଧିନରେ ଶହେ ପ୍ରତିଶତ ଗାଈ, ମଇଁଷି, ମେଣ୍ଢା, ଛେଳି ଆଦି ପଶୁଙ୍କ ଟୀକାକରଣ କରାଯିବ। ଏଥିରେ ମୋଟ ୧୩,୩୪୩ କୋଟି ଟଙ୍କା ଖର୍ଚ୍ଚ ହେବ। ଆଗାମୀ ପାଞ୍ଚ ବର୍ଷରେ ୭୦ ଲକ୍ଷ ଟନ ମାଛ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧୀନରେ ୫୫ ଲକ୍ଷ ନିଯୁକ୍ତି ସୃଷ୍ଟି ହେବ ବୋଲି ଆଶା କରାଯାଉଛି। ସେହିପରି ମାଇକ୍ରୋ ଫୁଡ ଏଣ୍ଟରପାଇପ୍ରାଇଜେସ ପାଇଁ ୧୦ ହଜାର କୋଟି ଟଙ୍କାର ପାଣ୍ଠି ପ୍ରଦାନ କରାଯିବ। କୃଷିର ଭିତ୍ତିଭୂମି ବିକାଶ ପାଇଁ ସରକାର ୧ଲକ୍ଷ କୋଟି ଟଙ୍କା ଦେବେ ବୋଲଇ କହିଛନ୍ତି ଅର୍ଥମନ୍ତ୍ରୀ। ସୂଚନାଯୋଗ୍ୟ, ଏହା ପୂର୍ବରୁ ଅର୍ଥମନ୍ତ୍ରୀ ଏମଏସଏମଇ,ପ୍ରବାସୀ ଶ୍ରମିକ ଓ କୃଷକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜର ଘୋଷଣା କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri