Posted inଫୁରସତ

ଆର୍ଥିକ ବିକାଶରେ ଉତ୍ପାଦ ଶୁଳ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭାରତରେ ପ୍ରତିବର୍ଷ ୨୪ ଫେବୃୟାରୀରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଦିବସ ପାଳନ କରାଯାଉଛି। ଏହିି ଦିନରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ତଥା ଲବଣ ଆଇନ, ୧୯୪୪କୁ ମଧ୍ୟ ସ୍ମରଣ କରାଯାଏ। କେନ୍ଦ୍ରୀୟ ଉତ୍ପାଦ ଏବଂ ସୀମା ଶୁଳ୍କ ବିଭାଗ ଦ୍ୱାରା ଏହି ଦିବସ ପାଳନ କରାଯାଉଛି। ସାରା ଦେଶରେ କେନ୍ଦ୍ରୀୟ ଉତ୍ପାଦଶୁଳ୍କ ଲାଗୁ କରାଇବା ସହ ଏ ସମ୍ବନ୍ଧିତ ଆଇନ ବଳରେ ଉତ୍ପାଦନକାରୀ ବ୍ୟବସାୟରେ ଦୁର୍ନୀତି ରୋକିବା ଉଦ୍ଦେଶ୍ୟରେ ଏହି ଦିବସ ବିଭାଗୀୟ କର୍ମଚାରୀମାନଙ୍କୁ ପ୍ରୋତ୍ସାହିତ କରିଥାଏ। ଦେଶର ସାମାଜିକ ,ଅର୍ଥନୈତିକ ବିକାଶରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଉକ୍ତ ବିଭାଗ ଦେଶରେ ଉତ୍ତମ ସେବା ଯୋଗାଇ ଦେବା ଯୋଗୁ ରାଜସ୍ବରେ ଢ଼େର ସୁଧାର ଆସିଛି। ରାଜସ୍ବ ଆଦାୟ ପୂର୍ବାପେକ୍ଷା ଦୁଇଗୁଣ ହୋଇପାରିଛି। ଏହି ବିଭାଗ ଦ୍ୱାରା ଯେଉଁ ରାଜସ୍ବ ଆଦାୟ ହେଉଛି ତାହା ଶିକ୍ଷା, ସ୍ବାସ୍ଥ୍ୟ ଓ ବିଭିନ୍ନ କଲ୍ୟାଣକାରୀ ଯୋଜନାରେ ବିନିଯୋଗ କରାଯାଉଛି। ଫଳରେ ଦେଶରୁ ଦାରିଦ୍ର୍ୟ ଦୂରୀକରଣ ଦିଗରେ ଏହାର ଯଥେଷ୍ଟ ଅବଦାନ ରହିଛି।
ଏହି ଦିବସରେ କେନ୍ଦ୍ର ସରକାରଙ୍କ ଦ୍ୱାରା ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ବିଭିନ୍ନ ଉତ୍ପାଦ ଓ ନିର୍ଦ୍ଧାରିତ ସୀମାଠାରୁ ଅଧିକ ଆୟ କରୁଥିବା ବ୍ୟକ୍ତିଙ୍କଠାରୁ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଆଇନ, ୧୯୪୪ ସର୍ତ୍ତ ଅନୁଯାୟୀ ଶୁଳ୍କ ଆଦାୟ କରିବାର ବିଭିନ୍ନ ଦିଗ ଉପରେ ମଧ୍ୟ ଆଲୋକପାତ କରାଯାଏ। ଶୁଳ୍କ ଦେୟ ହାର ସେଣ୍ଟ୍ରାଲ ଏକ୍ସାଇଜ ଟାରିଫ ଆକ୍ଟ, ୧୯୮୫ର ଅନୁସୂଚୀ ୧ଓ ୨ ଦ୍ୱାରା ସ୍ଥିର କରାଯାଏ। କେନ୍ଦ୍ରୀୟ ପରୋକ୍ଷ ଟିକସ ଓ ସୀମା ଶୁଳ୍କ ବୋର୍ଡ (ସିବିଆଇସି) ଦ୍ୱାରା ଦେଶର ବିଭିନ୍ନ ଅଞ୍ଚଳରେ ଥିବା ସେଣ୍ଟ୍ରାଲ ଏକ୍ସାଇଜ କମିଶନରେଟଗୁଡିକ ଶୁଳ୍କ ଆଦାୟ ପ୍ରକ୍ରିୟା ସଂଚାଳିତ କରିଥାନ୍ତି। ସିବିଆଇସି ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ରାଜସ୍ବ ବିଭାଗ ଅଧୀନରେ କାର୍ଯ୍ୟ କରୁଛିି। ଦେଶରେ କେତେ ଟିକସ ଦେବାକୁ ହେବ ଓ ତାହା କିପରି ଆଦାୟ କରାଯିବ ସେ ସଂକ୍ରାନ୍ତରେ ନିୟମ ପ୍ରଣୟନ କରିବା ଓ ତାହାକୁ କାର୍ଯ୍ୟକାରୀ କରିବାରେ ସିବିଆଇସି ପ୍ରମୁଖ ଭୂମିକା ନେଇଥାଏ। ଏଥିପାଇଁ ଦେଶକୁ ୧୦ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ପ୍ରତି ଜୋନ୍‌ରେ ଥିତ୍ବା ସେଣ୍ଟ୍ରାଲ ଏକ୍ସାଇଜ କମିଶନରେଟରେ ମୁଖ୍ୟ ଜଣେ କମିଶନର ରହିଛନ୍ତିି। ସବୁ ଜୋନରେ ପ୍ରାୟ ୬୧ଟି କମିଶନରେଟ କାର୍ଯ୍ୟ କରୁଛି। ଏହାଦ୍ୱାରା ବିଭିନ୍ନ ଆଇନକୁ ପ୍ରଭାବଶାଳୀ ଢଙ୍ଗରେ କାର୍ଯ୍ୟକାରୀ କରିବା ସହ କେନ୍ଦ୍ରୀୟ ଶୁଳ୍କ ଆଦାୟ ସହଜ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri