ବ୍ରହ୍ମପୁର ଅଫିସ୍,୨୦ା୯- ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୋଳାବନ୍ଧସ୍ଥିତ ଆର୍ମି ଏୟାର୍ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍ସ କଲର୍ସ ଆୱାର୍ଡ଼ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିବେ। ଆସନ୍ତା ୨୮ତାରିଖରେ କଲେଜରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ। ରାଷ୍ଟ୍ରପତି କୋବିନ୍ଦଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ଥଳ ସେନା ମୁଖ୍ୟ ଜେନେରାଲ୍ ବିପିନ୍ ରାୱତ୍, ଲ୍ୟୁଟନାଣ୍ଟ ଜେନେରାଲ୍ ଅଶ୍ୱିନି କୁମାର, ଆର୍ମି ଏୟାର୍ ଡିଫେନ୍ସର ଡାଇରେକ୍ଟର୍ ଜେନେରାଲ୍ ଲ୍ୟୁଟନାଣ୍ଟ ଜେନେରାଲ୍ ଏ.ପି. ସିଂ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର କଲେଜରେ ଫୁଲ୍ଡ୍ରେସ୍ ରିହରସାଲ୍ ଅନୁଷ୍ଠିତ ହୋଇଥିଲା। ଯବାନ୍ମାନେ ସେରିମୋନିଆଲ୍ ପରେଡ୍ ପ୍ରଦର୍ଶନ କରିଥିଲେ । ଅତିଥିଙ୍କ ଆଗମନଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମର ପର୍ଯ୍ୟାୟକ୍ରମେ ଅଭ୍ୟାସ କରାଯାଇଥିଲା । ଏଥି ସହ ରାଷ୍ଟ୍ରପତିଙ୍କ ଗସ୍ତର କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଥିଲା। ଅଭ୍ୟାସ ବେଳେ ଆର୍ମି ଏୟାର୍ ଡିଫେନ୍ସ କଲେଜ ମୁଖ୍ୟ ବ୍ରିଗେଡିୟର୍ ରାଜୀବ ଶ୍ରୀବାସ୍ତବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ସ୍ଥଳ ସେନାର ସର୍ବୋଚ୍ଚ ଆୱାର୍ଡ଼ଗୁଡ଼ିକର ପ୍ରମୁଖ ହେଉଛି ପ୍ରେସିଡେଣ୍ଟ୍ସ କଲର୍ସ ଆୱାର୍ଡ଼। ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଅବଦାନ ପାଇଁ ଏହି ଆୱାର୍ଡ଼ ପ୍ରଦାନ କରାଯାଇଥାଏ। ତେବେ କୌଣସି ଟ୍ରୁପ୍ ଅନ୍ତତଃ ୨୫ବର୍ଷ ପୂରଣ କରିବା ପରେ ଏହି ଆୱାର୍ଡ଼ ଦିଆଯାଇଥାଏ। ଆର୍ମି ଏୟାର୍ ଡିଫେନ୍ସ କଲେଜର ଗୌରବପୂର୍ଣ୍ଣ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଥିବା ଯୋଗୁ ଯବାନ୍ଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି ।
Posted inଆମ ଜିଲା ଖବର, ଗଞ୍ଜାମ View All
ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..
ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

