ଆର୍ମି କ୍ୟାଣ୍ଟିନରେ ଲମ୍ବା ଧାଡ଼ି

ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ସହରରେ ଥିବା ୧୨୦ ଇନଫ୍ୟାଣ୍ଟ୍ରି ବାଟାଲିୟନ(ଟିଏ)ର କ୍ୟାଣ୍ଟିନ ମଙ୍ଗଳବାର ଖୋଲାଯାଇଥିଲା। ଦୀର୍ଘଦିନ ପରେ କ୍ୟାଣ୍ଟିନ ଖୋଲାଯାଉଥିବାରୁ କାର୍ଯ୍ୟରତ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀମାନଙ୍କ ସୁଅ ଛୁଟିଥିଲା। ଅନେକେ ରାତିରୁ ଲାଇନ୍‌ ଦେଇଥିବାରୁ ପୂର୍ବାହ୍ନରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଥିଲା। ପୋଲିସର ବାରମ୍ବାର ତାଗିଦ୍‌ ସତ୍ତ୍ୱେ କେହି କଟକଣାକୁ ଖାତିର କରି ନ ଥିବା ଦେଖାଯାଇଥିଲା। ହେଲେ କ୍ୟାଣ୍ଟିନ ଖୋଲାଯିବା ସହ ୫୦ ଜଣଙ୍କୁ ସାମଗ୍ରୀ ଦେବାର ନୋଟିସ ମରାଯିବା ପରେ ଅନ୍ୟମାନଙ୍କୁ ନିରାଶ ହେବାକୁ ପଡ଼ିଥିଲା।
ସରକାରଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଆର୍ମି କ୍ୟାଣ୍ଟିନ ପୂର୍ବାହ୍ନରେ ଖୋଲାଯାଇଥିଲା। କିନ୍ତୁ ଏହା ପୂର୍ବରୁ ଶତାଧିକ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀ ବ୍ୟାଗକୁ ଧାଡିରେ ରଖି ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିଲେ। ଧୀରେ ଧୀରେ ଲୋକଙ୍କ ସଂଖ୍ୟା ବଢ଼ିବାରୁ ସେଠାରେ ବିଶୃଙ୍ଖଳିତ ପରିବେଶ ସୃଷ୍ଟି ହୋଇଥିଲା। ଖବରପାଇ ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମାଝିଙ୍କ ନେତୃତ୍ୱରେ ଏସ୍‌ଆଇ ଅରକ୍ଷିତ ସେଠୀ, ଏଏସ୍‌ଆଇ ପ୍ରଶାନ୍ତ ସାହୁ ଓ ଅନ୍ୟ ପୋଲିସ କର୍ମଚାରୀମାନେ ଆସି ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ତାଗିଦ୍‌ କରିଥିଲେ। କ୍ୟାଣ୍ଟିନ କର୍ମଚାରୀମାନଙ୍କୁ ମଧ୍ୟ ଏଥିପ୍ରତି ନଜର ଦେବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ପୋଲିସର ତାଗିଦ ସତ୍ତ୍ୱେ ଅପେକ୍ଷାରତ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀମାନେ ଶୃଙ୍ଖଳିତ ହୋଇ ନ ଥିଲେ। ତେବେ ପ୍ରତ୍ୟେକ ଦିନ କେବଳ ୫୦ ଜଣଙ୍କୁ ସାମଗ୍ରୀ ପ୍ରଦାନ କରାଯିବ ବୋଲି କ୍ୟାଣ୍ଟିନ ସମ୍ମୁଖରେ ନୋଟିସ ମରାଯାଇଥିଲା। ଏଥିସହ ଯେଉଁମାନଙ୍କ ନାମରେ କାର୍ଡ ରହିଛି ସେମାନଙ୍କୁ କ୍ୟାଣ୍ଟିନ ପରିସରକୁ ପ୍ରବେଶ ଅନୁମତି ଦିଆଯାଇଥିଲା। ଏପରି କି ମାସ୍କ ପରିଧାନ କରି ନ ଥିଲେ ସାମଗ୍ରୀ ପ୍ରଦାନ କରାଯିବ ନାହିଁ ବୋଲି ଜଣାଇ ଦିଆଯାଇଥିଲା। ସେହିପରି ସାମାଜିକ ଦୂରତା ବଜାୟ ରଖିବା ଓ ପାନ, ପୁଡିଆ ଖାଇ ନ ଥିଲେ ଭିତରକୁ ପ୍ରବେଶ କରିହେବ ବୋଲି ନୋଟିସରେ ଉଲ୍ଲେଖ କରାଯାଇଥିଲା। ତଦନୁଯାୟୀ ମାତ୍ର ୫୦ ଜଣଙ୍କୁ କ୍ୟାଣ୍ଟିନରୁ ସାମଗ୍ରୀ ପ୍ରଦାନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?