Posted inଖେଳ

ଆର୍ସେନାଲ ଖେଳାଳିଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍‌

ଲଣ୍ଡନ,୯।୧୧(ଏଏଫ୍‌ପି)- ହାତରେ ମାରଣା ଅସ୍ତ୍ର ଧରି ଆର୍ସେନାଲ ଫୁଟ୍‌ବଲ ଖେଳାଳି ମେସୁଟ ଓଜିଲ ଓ ସିଡ୍‌ କୋଲାସିନାକଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ଦୁଇ ଖେଳାଳିଙ୍କଠାରୁ ବିଳାଶପୂର୍ଣ୍ଣ ଘଣ୍ଟା ନେଇ ଯାଇଥିଲେ, ଯାହାର ମୂଲ୍ୟ ଭାରତୀୟ ମୂଦ୍ରାରେ ପ୍ରାୟ ୧.୮୩ କୋଟି ଟଙ୍କା ଥିଲା। ହାରୋ କ୍ରାଉନ କୋର୍ଟ ଆଶଲେ ସ୍ମିଥଙ୍କୁ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଉକ୍ତ ଘଟଣାରେ ବୋସନିଆନ ଡିଫେଣ୍ଡର କୋଲାସିନାକ ଲୁଟେରା ସ୍ମିଥଙ୍କ ସହ ଫାଇଟ୍‌ କରିଥିଲେ, ଯାହାର ଭିଡିଓ ଭାଇରାଲ ହୋଇଥିଲା। ସେତେବେଳେ ଓଜିଲ କାର ଚଳାଉ ଥିଲେ। ଏହାପରେ ଲୁଟରାମାନେ ତାଙ୍କ ପିଛା କରି ପଥର ଫିଙ୍ଗି ଥିଲେ। ୩୦ ବର୍ଷୀୟ ସ୍ମିଥଙ୍କ ଅପରାଧର ଲମ୍ବା ତାଲିକା ରହିଛି। ଦ୍ୱିତୀୟ ଲୁଟେରା ହେଲା ଜୋର୍ଡନ ନର୍ଥଓଭର। କୋଲାସିନାକଙ୍କ ଘରରୁ ଚୋରି ଉଦ୍ୟମ କରିଥିବା ଘଟଣାରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସ୍ମିଥ ଓ ନର୍ଥଓଭର ସ୍କୃଡ୍ରାଇଭର ଓ ଡାଫଣ ବ୍ୟବହାର କରିବା ଅତ୍ୟନ୍ତ ବିପଦପୂର୍ଣ୍ଣ ଥିଲା ବୋଲି ଜଜ୍‌ ବ୍ରାଉନେ କ୍ୱିସି କହିଛନ୍ତି। ଉଭୟେ ସ୍କୃଡ୍ରାଇଭର ଓ ଡାଫଣ ଧରି ଧମକାଇଥିଲେ। ପୋଲିସ ଦୁଇ ଲୁଟେରାଙ୍କୁ ଠାବ କରିବା ପରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri