ଆର୍‌ଆଇ କାର୍ଯ୍ୟାଳୟରେ ପଶି ବାଲିମାଫିଆଙ୍କ ଗଣ୍ଡଗୋଳ: ଅତିରିକ୍ତ ତହସିଲଦାର, ରାଜସ୍ବ ନିରୀକ୍ଷକ ଆହତ

ଭଣ୍ଡାରିପୋଖରୀ,୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଛନ୍ତି। ସେମାନଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ସ୍ବାଇଁ ଓ ରାଜସ୍ବ ନିରୀକ୍ଷକ ରାମନାରାୟ ସାମଲ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଆର୍‌ଆଇ ସାମଲ ବନ୍ଦାଳ ବୈତରଣୀ ନଦୀବନ୍ଧ ନିକଟରୁ ବେଆଇନ ଭାବେ ବାଲି ପରିବହନ କରୁଥିବା ୨ ଟ୍ରାକ୍ଟରକୁ ଜବତ କରି କାର୍ଯ୍ୟାଳୟକୁ ଆଣୁଥିବା ବେଳେ ରାସ୍ତାରେ ଡ୍ରାଇଭର ବାଲିକୁ ଢାଳି ଦେଇଥିଲେ। ପରେ ଆର୍‌ଆଇ ସାମଲ ଗାଡ଼ି ନଂ. ଲେଖି ସେଠାରୁ କାର୍ଯ୍ୟାଳୟକୁ ପଳାଇ ଆସିଥିଲେ। ଅତିରିକ୍ତ ତହସିଲଦାର ସ୍ବାଇଁ କାର୍ଯ୍ୟାଳୟରେ ପହଞ୍ଚି ଘଟଣା ସମ୍ପର୍କରେ ବୁଝିଥିଲେ। ଏହି ସମୟରେ ବାଲି ମାଫିଆମାନେ ଠେଙ୍ଗାଧରି ଆର୍‌ଆଇ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହ ଅତିରିକ୍ତ ତହସିଲଦାର ସ୍ବାଇଁ, ଆର୍‌ଆଇ ସାମଲଙ୍କୁ ଆକ୍ରମଣ କରିଥିଲେ। ଏଥିରେ ସେମାନେ ଆହତ ହୋଇଛନ୍ତି। ଏହା ସହ ପିଅନ ପ୍ରଦୀପ ଜେନା ମଧ୍ୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri