ଆର୍‌ଆଇଙ୍କୁ ମାଡ଼ ମାରି ଜଣେ ଗିରଫ

ଢେଙ୍କିକୋଟ, ୩ା୬(ଡି.ଏନ୍‌.ଏ.) -ଘଟଗାଁ ତହସିଲ ଅଧୀନ ପିପିଳିଆ ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଜଣେ ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ଫେରାର ଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ପଞ୍ଚାୟତ ମଣ୍ଡାଟାଙ୍ଗର ଗ୍ରାମରେ ଜଣେ ବ୍ୟକ୍ତି ଜମି ଚିହ୍ନଟ ନିମନ୍ତେ ତହସିଲଦାରଙ୍କୁ ଜଣାଇଥିଲେ। ତହସିଲଦାର ସରକାରୀ ଚିଠି ପାଇବା ପରେ ଗତ ୩୧ ତାରିଖରେ ପିପିଳିଆ ରାଜସ୍ବ ବିଭାଗର ଅତିରିକ୍ତ ନିରୀକ୍ଷକ ହୃଷୀକେଶ ମାଝୀ ଏବଂ ଘଟଗାଁ ତହସିଲର ନିରୀକ୍ଷକ ସୁଶିଲ କୁମାର କର ସରକାରୀ ଖାତା ଖତିୟାନ ଓ ନକ୍ସା ଧରି ମଣ୍ଡାଟାଙ୍ଗରରେ ପହଞ୍ଚି ଜମି ଚିହ୍ନଟ ପ୍ରକ୍ରିୟା ଗ୍ରାମବାସୀଙ୍କ ଉପସ୍ଥିତିରେ ଆରମ୍ଭ କରିଥିଲେ। ମାତ୍ର କିଛି ସମୟ ପରେ ଗ୍ରାମର ଶୀତଳ ମହାନ୍ତ ଏବଂ ଅନ୍ୟ ଜଣେ ପହଞ୍ଚି ରାଜସ୍ବ ନିରୀକ୍ଷକ ହୃଷୀକେଶ ଏବଂ ସୁଶୀଲଙ୍କୁ ଗାଳି ଗୁଲଜ କରିବା ସହ ସରକାରୀ ଖାତା ଖତିଆନ ଓ ନକସାକୁ ଚିରି ଫିଙ୍ଗିଦେଇଥିଲେ। ପରେ ତାଙ୍କୁ ମାଡ଼ମାରି ଜମିରୁ ଚାଲିଯିବା ପାଇଁ ଧମକ ଦେଇଥିଲେ। ଏଥିଲାଗି ଜମି ଚିହ୍ନଟ ହୋଇପାରି ନ ଥିଲା। ଏନେଇ ଶନିବାର ଉଭୟ ରାଜସ୍ବ ନିରୀକ୍ଷକ ଘଟଗାଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନା ଆଇଆଇସି ବନ୍ଦନା ପାତ୍ର ଏକ ମାମଲା (ନଂ ୫୭/୦୯) ରୁଜୁ କରି ଘଟଣାର ତଦନ୍ତ ନିମନ୍ତେ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଫାଣ୍ଡି ଅଧିକାରୀ ଶନିବାର ଅପରାହ୍ନରେ ମଣ୍ଡା ଟାଙ୍ଗର ଗ୍ରାମରେ ସଦଳବଳେ ଚଢ଼ାଉ କରି ଶୀତଳ ମହାନ୍ତକୁ ଗିରଫ କରିଛନ୍ତି। ଅନ୍ୟ ଅଭିଯୁକ୍ତ ଫେରାର୍‌ ଅଛନ୍ତି। ରବିବାର ଶୀତଳଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri