ରାଉରକେଲା ଅଫିସ,୨୦।୨-ସେକ୍ଟର- ୩ ଅଞ୍ଚଳରେ ଆର୍ଏସ୍ପି ମେନ ହୋଲକୁ ଖସି ପଡି ଜଣେ ଶିଶୁର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେକ୍ଟର- ୩ ଅଟୋ କଲୋନୀ ବାସିନ୍ଦା କଳାକାର ସାହୁଙ୍କ ଅଢେଇ ବର୍ଷର ପୁଅ ହିମାଂଶୁ ଖରାବେଳେ ବାହାରେ ଖେଳୁଥିଲେ। ତାଙ୍କ ଉପରେ କାହାର ନଜର ନ ଥିଲା। ପାଖ ବି/ ୧୧ କ୍ୱାଟର୍ସ ନିକଟରେ ରହିଥିବା ଏକ ଖୋଲା ମେନ ହୋଲକୁ ଖସି ପଡି ସେ ଆଉ ବାହାରକୁ ବାହାରି ପାରି ନ ଥିଲା। ଫଳରେ ଏଥିରେ ଫସି ରହି ସେ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି। ପିଲାଟି କାଳେ ବାହାରେ ଖେଳୁଥିବା ଭାବି ମାତା ପିତା ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ତାକୁ ଏହି ନାଳରୁ ଠାବ କରିଥିବା ସୂଚନା ମିଳିଛି। ମୂମୂର୍ଷ ଅବସ୍ଥାରେ ପିଲାଟିକୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲକୁ ନିଆଯାଇ ଥିଲେ ହେଁ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି। ଏ ନେଇ ସେକ୍ଟର -୩ ଥାନା ଅଧିକାରୀଙ୍କୁ ପଚରାଯିବାରୁ ସେ କହିଥିଲେ ଆମ ପାଖରେ ଏ ନେଇ କିଛି ଖବର ନାହିଁ।
ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ
ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…
ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ
କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…
ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…
ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….
ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…
ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ
ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର
ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…
Archives

