ଆର୍‌ପିଆର୍‌ସିରେ ଅର୍କିଡାରିୟମ୍‌ ଲୋକାର୍ପିତ: ୯୩ ବନ୍ୟ ଅର୍କିଡ୍‌, ୨୧୭ ହାଇବ୍ରିଡ୍‌ ଅର୍କିଡ୍‌ ପ୍ରଦର୍ଶିତ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍‌ପିଆର୍‌ସି)ର ବଟାନିକାଲ୍‌ ଗାର୍ଡେନରେ ଶୁକ୍ରବାର ଅର୍କିଡାରିୟମ୍‌ ଲୋକାର୍ପିତ ହୋଇଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଲୋକାର୍ପିତ କରି କହିଛନ୍ତି ଯେ, ଉଦ୍ଭିଦ ସଂରକ୍ଷଣ ଓ ଗବେଷଣା ହେଉଛି ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶାର ଅନନ୍ୟ ଉଦ୍ଭିଦ ସମ୍ପଦର ସଂରକ୍ଷଣ ଦିଗରେ ଏହା ନିରବଚ୍ଛିନ୍ନ ଭାବରେ ସ୍ବତନ୍ତ୍ର ଗୁରୁତ୍ବ ଦେଇଆସୁଛି। ରାଜ୍ୟର ବନ୍ୟ ଅର୍କିଡ୍‌ର ସଂରକ୍ଷଣ ଓ ବଂଶବୃଦ୍ଧି ସହ ବ୍ୟବସାୟିକ ଗୁରୁତ୍ବ ଥିବା ହାଇବ୍ରିଡ୍‌ ଅର୍କିଡ୍‌ ଉପରେ ଗବେଷଣା ଏହି ଅନୁଷ୍ଠାନର ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଆମ ରାଜ୍ୟର ଜଙ୍ଗଲ ବିଶେଷ କରି ଶିମିଳିପାଳ, ମହେନ୍ଦ୍ରଗିରି, ସିଂହରାଜୁ, ମାଲ୍ୟଗିରି ଓ କେଉଁଝର ଜଙ୍ଗଲରେ ୧୪୮ ପ୍ରଜାତିର ଅର୍କିଡ୍‌ ଦୃଷ୍ଟିଗୋଚର ହୋଇଥାଏ। ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରରେ ୯୩ଟି ବନ୍ୟ ଅର୍କିଡ୍‌ ଓ ୨୧୭ ହାଇବ୍ରିଡ୍‌ ଅର୍କିଡ୍‌ ରହିଛି। ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରର ବଟାନିକାଲ୍‌ ଗାର୍ଡେନରେ ସ୍ବତନ୍ତ୍ର ଭାବେ ନିର୍ମାଣ କରାଯାଇଥିବା ଏହି ଅର୍କିଡାରିୟମ୍‌ କେବଳ ଆମ ରାଜ୍ୟ ନୁହେଁ ସମଗ୍ର ଦେଶରେ ଅନନ୍ୟ ଓ ସର୍ବବୃହତ୍‌। ଏହି ଅର୍କିଡାରିୟମ୍‌ କୃଷକ, ଗବେଷକ, ବୈଜ୍ଞାନିକ, ଛାତ୍ରୀଛାତ୍ର ଏବଂ ଜନସାଧାରଣଙ୍କ ପାଇଁ ଅତ୍ୟନ୍ତ ଉପାଦେୟ ସାବ୍ୟସ୍ତ ହେବ ବୋଲି ମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ୭୩ ଲକ୍ଷ ଟଙ୍କା ବିନିଯୋଗରେ ନିର୍ମିତ ଏହି ଅର୍କିଡାରିୟମ୍‌ ରାଜ୍ୟର ଉଦ୍ଭିଦପ୍ରେମୀଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ଭାବେ ସାବ୍ୟସ୍ତ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଏହି ଲୋକାର୍ପଣ ଉତ୍ସବରେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri