ଆର୍‌ବିଆଇ କର୍ମଚାରୀ ୟୁନିୟନର ଦାବି;ଗଭର୍ନର, ଡେପୁଟି ଗଭର୍ନର ଚୟନ କଲେଜିୟମ ଦ୍ୱାରା ହେଉ

ମୁମ୍ବାଇ,୨୬-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଗଭର୍ନର ଏବଂ ଡେପୁଟି ଗଭର୍ନରଙ୍କ ଚୟନ ବିଶେଷଜ୍ଞଙ୍କୁ ନେଇ ଗଠିତ କଲେଜିୟମ ଦ୍ୱାରା କରାଯିବା ଆବଶ୍ୟକ ବୋଲି କେନ୍ଦ୍ରୀୟ ବ୍ୟାଙ୍କ କର୍ମଚାରୀ ୟୁନିୟନ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଏନେଇ ୟୁନିୟନ ପକ୍ଷରୁ ଏକ ବିବୃତି ଜାରି କରାଯାଇଛି। ଏହାଦ୍ୱାରା ଆର୍‌ବିଆଇର ସ୍ବାଧୀନତା କାଏମ ରହିପାରିବ ବୋଲି ବିବୃତିରେ କୁହାଯାଇଛି। ସୂଚନାଥାଉ କି, ଡେପୁଟି ଗଭର୍ନର ବିରଲ ଆଚାର୍ଯ୍ୟଙ୍କ ଅଚାନକ ଇସ୍ତଫା ପରେ କେନ୍ଦ୍ରୀୟ ବ୍ୟାଙ୍କରେ କେନ୍ଦ୍ର ସରକାରଙ୍କ ଅଯଥା ହସ୍ତକ୍ଷେପକୁ ନେଇ ସ୍ବର ଉଠିବା ଆରମ୍ଭ ହେଲାଣି। ଆଚାର୍ଯ୍ୟ ଅପରିହାର୍ଯ୍ୟ କାରଣ ଦର୍ଶାଇ ଜୁଲାଇ ୨୩ରୁ ଆଉ କାର୍ଯ୍ୟ କରିପାରିବେ ନାହିଁ ବୋଲି ଆର୍‌ବିଆଇକୁ ଲେଖିଥିବା ପତ୍ରରେ ଦର୍ଶାଇଛନ୍ତି। ରିଜର୍ଭ ବ୍ୟାଙ୍କର ଆଇନର ଧାରା ୮ ଅନୁଯାୟୀ ଗଭର୍ନର ଏବଂ ଡେପୁଟି ଗଭର୍ନରଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଥାନ୍ତି। କର୍ମଚାରୀ ୟୁନିୟନ ପକ୍ଷରୁ କୁହାଯାଇଛି ଯେ, ଏଭଳି ସମ୍ବେଦନଶୀଳ ତଥା ମହତ୍ତ୍ୱପୂର୍ଣ୍ଣ ପଦରେ ନିଯୁକ୍ତି ନିଷ୍ପତ୍ତି କେତେକ ଅଧିକାରୀଙ୍କ ଦ୍ୱାରା ନିଆଯିବା ଉଚିତ୍‌ ନୁହେଁ। କେନ୍ଦ୍ର ଅର୍ଥମନ୍ତ୍ରୀ ମଧ୍ୟ ଏଥିରେ ହସ୍ତକ୍ଷେପ କରିବା ଅନୁଚିତ। ଏଭଳି ନିଯୁକ୍ତି ବିଶେଷଜ୍ଞଙ୍କୁ ନେଇ ଗଠିତ କଲେଜିିୟମ ଦ୍ୱାରା ହେବା ଆବଶ୍ୟକ। ଏହି କଲେଜିୟମରେ କେନ୍ଦ୍ରୀୟ ବ୍ୟାଙ୍କର ପୂର୍ବତନ ଗଭର୍ନର, ଅନ୍ୟ ପ୍ରମୁଖ କେନ୍ଦ୍ରୀୟ ବ୍ୟାଙ୍କର ଓ ଅର୍ଥନୀତିଜ୍ଞଙ୍କୁ ସାମିଲ କରାଯିବା ଉଚିତ। କଲେଜିୟମ ହିଁ ଜଣେ ଗଭର୍ନର, ଡେପୁଟି ଗଭର୍ନରଙ୍କ କ୍ଷମତା, ଦକ୍ଷତା, ଜ୍ଞାନ ଓ ଅଭିଜ୍ଞତାକୁ ଆକଳନ କରିପାରିବେ ବୋଲି ୟୁନିୟନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri