ଆର୍‌ବିଆଇକୁ ଚିଠି ଲେଖିବ ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୭।୬(ଡି.ଏନ.ଏ)-ଗଞ୍ଜାମ ଜିଲା ବ୍ୟାଙ୍କ ପରାମର୍ଶଦାତା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଡିଆରଡିଏ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବ୍ୟାଙ୍କଗୁଡିକ କୌଣସି ମେଳା କିମ୍ବା ସଚେତନତା କାର୍ଯ୍ୟକ୍ରମ କରୁ ନ ଥିବାରୁ ବହୁ ଚାଷୀ ଋଣ ପାଇବାରୁ ବଞ୍ଚିତ ହେଉଛନ୍ତି। ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ ପହଞ୍ଚି ପାରୁ ନାହିଁ। ଏଣୁ ଆଗାମୀ ଦିନରେ ଋଣ ମେଳା କରିବାକୁ କୁହାଯାଇଥିଲା। ବୈଠକରେ ଅଧିକାଂଶ ବ୍ୟାଙ୍କ ଅଧିକାରୀ ଅନୁପସ୍ଥିତ ଥିବାରୁ ଜିଲାପାଳ ବିରକ୍ତି ପ୍ରକାଶ କରିଥିଲେ ା ବ୍ୟାଙ୍କ ଗୁଡିକ ସହଯୋଗ କରୁ ନ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଆରବିଆଇଙ୍କୁ ଚିଠି ଲେଖାଯିବ ବୋଲି ଜିଲାପାଳ କହିଥିଲେ। ଖରିଫ ଋତୁ ସମୟରେ କେଉଁ ବ୍ୟାଙ୍କ ଚାଷୀମାନଙ୍କୁ କେତେ ଋଣ ପ୍ରଦାନ କରଛନ୍ତି ତାର ହିସାବ ପ୍ରତି ବ୍ୟାଙ୍କ ମ୍ୟାନେଜର ଦେବାକୁ ଜିଲାପାଳ କହିଥିଲେ। ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ର ବାର୍ଷିକ ଋଣ ଯୋଜନା ପୁସ୍ତକ ଉନ୍ମୋଚିତ ହୋଇଥିଲା। ଜିଲା ପାଇଁ ୫୯୨୫.୭୪ କୋଟି ଟଙ୍କାର ଋଣ ଲକ୍ଷ ଧାର୍ଯ୍ୟ କରାଯାଇଛି। ଏହି ବାର୍ଷିକ ଋଣ ଯୋଜନାରେ କୃଷିକୁ ଅଧିକ ପ୍ରଧାନ୍ୟ ଦେଇ ୨୮୧୯.୫୫ କୋଟି ଟଙ୍କା ଲକ୍ଷ ଧାର୍ଯ୍ୟ କରାଯାଇଛି। କ୍ଷୁଦ୍ର ଓ ମଧ୍ୟମମ ଶିଳ୍ପ କ୍ଷେତ୍ରରେ ୨୦୩୯.୬୫ କୋଟି ଟଙ୍କାର ଋଣ ଲକ୍ଷ୍ୟ ରହିଛି ା ବୈଠକରେ ଆରବିଆଇ ର ଏଲଡିଓ ନିର୍ମଳ ଚନ୍ଦ୍ର ପଟ୍ଟନାୟକ, ପ୍ରୋବେସନାଲ ଆଇଏଏସ୍‌ କିର୍ତୀ ଭାସନ ଭି, ଡୁଡା ପିଡି ସବ୍ୟସାଚୀ ହୋତା, ଡିଆରଡିଏ ଏପିଡି ଦେବବ୍ରତ ସାହୁ , ଲିଡ୍‌ ବ୍ୟାଙ୍କ ମ୍ୟାନେଜର ସୁରେନ୍ଦ୍ର କୁମାର ଚୈାଧୁରୀ, କୃଷି ଉପନିର୍ଦ୍ଦେଶକ ମନୋଜ କୁମାର ବେହେରା, ସମବାୟ ଉପନିବନ୍ଧକ ସୁଶାନ୍ତ ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗ ଓ ବ୍ୟାଙ୍କ ଅଧିକାରୀ ମାନେ ଯୋଗ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri