ଆଲିବାବା ଗ୍ରୁପର ଅଧ୍ୟକ୍ଷ ପଦରୁ ଅବସର ନେଲେ ଜ୍ୟାକ୍‌ ମା

ସାଂଘାଇ,୧୦।୯: ବିଶ୍ବର ଅନ୍ୟତମ ପ୍ରମୁଖ ଇ-କମର୍ସ କମ୍ପାନୀ ଆଲିବାବା ଗ୍ରୁପ ହୋଲ୍ଡିଂ ଲିମିଟେଡର ମୁଖ୍ୟ ତଥା ଚୀନର ବିଶିଷ୍ଟ ପୁଞ୍ଜିପତି ଜ୍ୟାକ ମା’ ନିଜ ୫୫ତମ ଜନ୍ମଦିନରେ ଆଲିବାବା ଗ୍ରୁପର ଚେୟାରମ୍ୟାନ ପଦରୁ ଅବସର ଗ୍ରହଣ କରିଛନ୍ତି। ଆଲିବାବା କମ୍ପାନୀ ଆରମ୍ଭ କରିବା ପୂର୍ବରୁ ସେ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ଅବସର ପରେ ସେ ଶିକ୍ଷା ମାଧ୍ୟମରେ ମାନବ ସେବା କରିବେ ବୋଲି କହିଛନ୍ତି। ଗତବର୍ଷ ସେ ନିଜ ୫୫ତମ ଜନ୍ମଦିନରେ ନିଜ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ। ଚିଫ ଏଜକ୍ୟୁଟିଭ ଅଧିକାରୀ ଡାନିଏଲ ଝାଙ୍ଗଙ୍କୁ ନିଜର ଭୂମିକା ହସ୍ତାନ୍ତର କରିବା ପୂର୍ବରୁ କାରବାର ସୁରୁଖୁରୁରେ ଚାଲୁଛି ବୋଲି ନିଶ୍ଚିତ କରିବା ୧୨ ମାସ ଯାଏ ମା’ ଏଜକ୍ୟୁଟିଭ ଚେୟାରମ୍ୟାନ ଭାବେ ରହିବେ ବୋଲି କହିଥିଲେ। ଏବେ ସମାପ୍ତ ହୋଇଛି।
ଜ୍ୟାକ ମା ୨୦୧୩ ଯାଏ ଅଲିବାବା କମ୍ପାନୀର କାର୍ଯ୍ୟକାରୀ ଅଧକ୍ଷ ଥିଲେ। ତେବେ୨୦୧୪ରେ ଏହି କମ୍ପାନୀର ଅଧ୍ୟକ୍ଷ ହେବା ପରେ ସେ ‘ଜ୍ୟାକ ମା ଫାଉଣ୍ଡେସନ’ ନାମକ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଗଢିଥିଲେ। ଶିକ୍ଷା କ୍ଷେତ୍ରରେ ଲୋକଙ୍କୁ ସେବା ଯୋଗାଇ ଦେବା ଏହି ସଂସ୍ଥାର ମୂଳ ଲକ୍ଷ୍ୟ ଥିଲା। ତେବେ ଅଲିବାବା କମ୍ପାନୀ କାମରେ ବ୍ୟସ୍ତ ରହୁଥିବା କାରଣରୁ ଜ୍ୟାକ ଏହି ଫାଉଣ୍ଡେସନ ପାଇଁ ସମୟ ଦେଇପାରୁ ନ ଥିଲେ। ଏବେ ଅଲିବାବା କମ୍ପାନୀରୁ ଅବସର ପରେ ଏହି ଫାଉଣ୍ଡେସନକୁ ନେଇ ଶିକ୍ଷା କ୍ଷେତ୍ରରେ ସେ ସାଧାରଣ ଲୋକଙ୍କ ପାଇଁ କିଛି କରିବାକୁ ଯୋଜନା କରିଛନ୍ତି। ସୂଚନାଯୋଗ୍ୟ, ଜ୍ୟାକ୍‌ ମା’ ଚୀନର ସବୁଠାରୁ ସଫଳ ବ୍ୟବସାୟୀ ହେବା ସହ ଏସିଆ ଓ ୟୁରୋପର ପ୍ରମୁଖ ରାଜନେତାଙ୍କ ଉପଦେଷ୍ଟା ଭାବେ ମଧ୍ୟ ଜଣାଶୁଣା। ତାଙ୍କ ଉଦ୍ୟମରେ ଆଲିବାବା ଚୀନ ବଜାରର ସବୁଠାରୁ ସଫଳ ଅନଲାଇନ ରିଟେଲ ମାର୍କେଟ ହୋଇପାରିଛି ଓ ଏବେ ଏହାର ସମ୍ପତ୍ତି ପରିମାଣ ପାଖାପାଖି ୩୯୦ ବିଲିୟନ ଡଲାର୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଟୋକୁ ପୁଟିନଙ୍କ ଚେତାବନୀ- ଆମ ଉପରେ ଚାପ ପକାଇଲେ ବିନାଶ ଦେଖିବ…

ମସ୍କୋ,୭।୫: ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ...

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ...

ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ

ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା।...

ମହାକାଶକୁ ଯାତ୍ରା କରିବେ ନାହିଁ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୭।୫: ଭାରତୀୟ ବଂଶୋଦଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ମହାକାଶ ଯାତ୍ରା ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ବୈଷୟିକ ତ୍ରୁଟି ଯୋଗୁଁ ଏହି ଯାତ୍ରାକୁ ସ୍ଥଗିତ...

ଇସ୍ରାଏଲ୍‌ ସେନା ଘାଟି ଉପରେ ହେଜବୁଲ୍ଲାର ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୭ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ...

ରାଫାହ ଖାଲି କଲା ଇସ୍ରାଏଲ୍‌

ଜେରୁଜେଲମ୍‌,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର...

ଇସ୍ରାଏଲ ସେନା ଘାଟି ଉପରେ ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୬ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅଧୀନ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି...

ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ

ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri