ଆଲୁମିନିୟମ ପାର୍କ କ୍ଷତିଗ୍ରସ୍ତଙ୍କ ଜରୁରୀ ବୈଠକ : ଗ୍ରହଣ କରିବେ ଆନ୍ଦୋଳନାତ୍ମକ ପନ୍ଥା

ବଅଁରପାଳ, ୨୭।୬ (ଡି.ଏନ୍‌.ଏ.) – ଆଲୁମିନିୟମ ପାର୍କ ପାଇଁ ଅଧିଗ୍ରହଣ କରାଯାଇଥିବା ଗୋଚର ଜମି ବଦଳରେ ଇଡ୍‌କୋ କର୍ତ୍ତୃପକ୍ଷ ଏଯାଏ ଅନ୍ୟତ୍ର ଜମି ଦେବାକୁ ପଦକ୍ଷେପ ନେଇ ନ ଥିବାରୁ ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମବାସୀ ଓ ଏହି ଗ୍ରାମ ସୀମା ମଧ୍ୟରେ ଥିବା ତୁଳସୀପାଳ ଗ୍ରାମର କ୍ଷତିଗ୍ରସ୍ତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବୁଧବାର ଏ ନେଇ ଉଭୟ ଗ୍ରାମବାସୀଙ୍କ ଏକ ବୈଠକ ସଭାପତି ଅକ୍ଷୟ କୁମାର ବିଶୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଅନ୍ୟତ୍ର ଜମି ଦେବା ପାଇଁ ଇଡ୍‌କୋ କର୍ତ୍ତୃପକ୍ଷ ୧୦ ଦିନ ସମୟ ନେଇଥିଲେ ହେଁ ଏଯାଏ କୌଣସି ପ୍ରକାର ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରାଯାଇ ନ ଥିବାରୁ ବୈଠକରେ ଗ୍ରାମବାସୀ କ୍ଷୋଭ ପ୍ରକାଶ କରିଥିଲେ। ଆସନ୍ତା ୧ ତାରିଖ ମଧ୍ୟରେ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ଏତଦ୍‌ବ୍ୟତୀତ କ୍ଷତିଗ୍ରସ୍ତ ପ୍ରଜା ଦୃଷ୍ଟିରୁ ଭବିଷ୍ୟତରେ ପ୍ରକଳ୍ପରେ ଠିକା କାମ, ନିଯୁକ୍ତି ଓ ଅନ୍ୟାନ୍ୟ ବିଷୟରେ ଆଲୋଚନା ହୋଇଥିଲା। ଉକ୍ତ ବୈଠକରେ ଉଦୟ ନାଥ ଦାଶ, ବ୍ରଜବନ୍ଧୁ ସାହୁ, ଗୋଲେଖ ବିଶ୍ୱାଳ, ସୁରେଶ ଚନ୍ଦ୍ର ଗଡ଼ନାୟକ, ଧୀରେନ୍ଦ୍ର ଗଡ଼ନାୟକ, ଦୁଃଶାସନ ସାହୁ, ଅନାଦି ସାହୁ, ଅଶୋକ କୁମାର ଗଡ଼ନାୟକ ଓ ଅଭୟ କୁମାର ଗଡ଼ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri