ଆଲୋଚନା ସତ୍ତ୍ୱେ ତୁଟୁନି ବିବାଦ: ଚତୁର୍ଥ ଦିନରେ ବିଦ୍ୟାଳୟରେ ତାଲା

ଭଣ୍ଡାରିପୋଖରୀ, ୧୭ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଡେପୁଟେଶନରେ ଅନ୍ୟ ସ୍କୁଲକୁ ପଠାଯିବା ଏପ୍ରତିବାଦରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ ଜାରି ରଖିଛନ୍ତି। ମଙ୍ଗଳବାର ଏହି ଆନ୍ଦୋଳନ ଚତୁର୍ଥ ଦିନରେ ପହଞ୍ଚତ୍ଛି। ଛାତ୍ରୀଛାତ୍ର, ଅଭିଭାବକ, ସ୍କୁଲ ପରିଚାଳନା କମିଟି ସଦସ୍ୟମାନେ ଫାଟକ ସମ୍ମୁଖରେ ଧାରଣା ଦେଇ ବସି ରହିଛନ୍ତି। ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରାଯାଇଥିଲେ ବି କୌଣସି ସୁଫଳ ମିଳି ନାହିଁ ।

ଉଲ୍ଲେଖନୀୟ ଯେ, ଛାତ୍ରୀଛାତ୍ର ଓ ଅଭିଭାବକ ସ୍କୁଲ ଗେଟ୍‌ରେ ତାଲା ପକାଇବା ଖବର ପାଇ ବ୍ଲକ ଶିକ୍ଷାଧିକାରୀ ଦୀପକ କୁମାର ପାଢୀ ଏହାର ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ମଙ୍ଗଳବାର ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ପୁରୁଷୋତ୍ତମ ଧଳ, ପରମାନନ୍ଦପୁର କ୍ଲଷ୍ଟର ଶିକ୍ଷା ସଂଯୋଜକ ଉମାକାନ୍ତ ସାହୁ, ସ୍ଥାନୀୟ ଥାନାର କନଷ୍ଟେବଳ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ଧାରଣାରତ ଅଭିଭାବକ ଓ ସଦସ୍ୟଙ୍କ ସହ ଆଲୋଚନ କରିଥିଲେ । ଧାରଣାକାରୀମାନେ ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିିରୁ ସମ୍ପୃକ୍ତ ଶିକ୍ଷକଙ୍କ ଡେପୁଟେଶନ ନାକଚ କରି ତାଙ୍କୁ ବିଦ୍ୟାଳୟରେ ରଖାଯାଉ ବୋଲି ଦାବି ଧରିଥିଲେ। ଅଧିକାରୀମାନେ ଆଇନକୁ ହାତକୁ ନିଅ ନାହିଁ କହିଥିଲେ ମଧ୍ୟ ଧାରଣାକାରୀ ଜିଦ୍‌ରେ ଅଟଳ ରହିବାରୁ ଆଲୋଚନା ଫେଲ୍‌ ମାରିଥିଲା। ଏହାପରେ ଅଧିକାରୀମାନେ ବିଇଓ ବୁଧବାର ଅଫିସ୍‌ ଆସିଲେ ଯାହାକିଛି ପଦକ୍ଷେପ ନିଆଯିବ ବୋଲି କହି ପଳାଇ ଯାଇଥିଲେ। ଆନ୍ଦୋଳନକାରୀମାନେ କହିଛନ୍ତି ଯେ, ବିଭାଗୀୟ କର୍ତ୍ତୃପକ୍ଷ ଏହି ସରକାରୀ ବିଦ୍ୟାଳୟ ସମସ୍ୟାର ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନ ନେବାରୁ ୪ ଦିନ ହେଲା ତାଲା ପଡ଼ି ରହିବା ଏକ ବିଡ଼ମ୍ବନା। ଏନେଇ ଅଞ୍ଚଳରେ ଅସନ୍ତୋଷ ବଢିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?