ଆଳୁ, ପିଆଜ ଚିନ୍ତା: ଅଧିକ ଗଚ୍ଛିତ କଲେ ବ୍ୟବସାୟୀଙ୍କୁ ହେବ ଦଣ୍ଡ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଗତ ୩ ମାସ ହେବ ରାଜ୍ୟରେ ପିଆଜ ଦର ଆକାଶ ଛୁଆଁ ରହିଛି। ଖୁଚୁରା ବଜାରରେ କିଲୋ ପିଛା ୧୦୦ରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ନୂଆ ପିଆଜ ମାର୍କେଟକୁ ସେତେ ପରିମାଣରେ ଆସି ନାହିଁ। ତୁର୍କିରୁ ମଗାଯାଇଥିବା ପିଆଜ ମଧ୍ୟ ବଜାର ଚାହିଦା ମେଣ୍ଟାଇ ପାରୁ ନାହିଁ। ଫଳରେ ଖାଉଟିମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆଳୁ ଦର ମଧ୍ୟ ଗତ କିଛିଦିନ ହେବ ବୃଦ୍ଧି ପାଇଛି। ଆଳୁ ଓ ପିଆଜ ଗଚ୍ଛିତ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜିଲାପାଳଙ୍କୁ ଚିଠି ଲେଖିଛି। ଚିଠିରେ ଉଲ୍ଲେଖ କରାଯାଇଛି ଯେ ଭୁବନେଶ୍ୱର ଅଞ୍ଚଳରେ ହୋଲସେଲରମାନେ ସର୍ବାଧିକ ୧ ହଜାର କୁଇଣ୍ଟାଲ ଆଳୁ ଓ ୫୦୦ କୁଇଣ୍ଟାଲ ପିଆଜରୁ ଅଧିକ ଗଚ୍ଛିତ ରଖି ପାରିବେ ନାହିଁ । ସେହିପରି କଟକ, ରାଉରକେଲା, ବ୍ରହ୍ମପୁର ଓ ସମ୍ବଲପୁର ଅଞ୍ଚଳରେ ହୋଲସେଲରମାନେ ୫୦୦ କୁଇଣ୍ଟାଲ ଆଳୁ ଓ ୨୫୦ କୁଇଣ୍ଟାଲ ପିଆଜ ନିଜ ଗୋଦାମରେ ରଖି ପାରିବେ। ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ଥିବା ହୋଲସେଲରମାନେ ୩୦୦ କୁଇଣ୍ଟାଲ ଆଳୁ ଓ ୧୫୦ କୁଇଣ୍ଟାଲ ପିଆଜ ରଖିପାରିବେ। ସେହିପରି କଟକ, ରାଉରକେଲା, ଖୁଚୁରା ବ୍ୟବସାୟୀମାନେ ନିଜ ଦୋକାନରେ ୪୦ କୁଇଣ୍ଟାଲ ଆଳୁ ଏବଂ ୨୦ କୁଇଣ୍ଟାଲ ପିଆଜ ଏବଂ ଅନ୍ୟାନ୍ୟ ଅଞ୍ଚଳର ଦୋକାନୀମାନେ ୧୫ କୁଇଣ୍ଟାଲ ଆଳୁ ଓ ୮ କୁଇଣ୍ଟାଲରୁ ଅଧିକ ପିଆଜ ଗଚ୍ଛିତ କରି ପାରିବେ ନାହିଁ। ଯଦି ଏହି ଗାଇଡ ଲାଇନକୁ କୌଣସି ବ୍ୟବସାୟୀ ଅଣଦେଖା କରିବେ ତେବେ ସେମାନଙ୍କ ବିରୋଧରେ ଅତ୍ୟାବଶ୍ୟକ ଦ୍ରବ୍ୟ ଆଇନ ଅନୁଯାୟୀ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯୋଗାଣ ଅଧିକାରୀମାନେ ନିୟମିତ ଭାବେ ହୋଲସେଲ ଓ ଖୁଚୁରା ବ୍ୟବସାୟୀଙ୍କ ଉପରେ ନଜର ରଖିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri