ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର

ବିନିକା,୨୫।୩(ଡି.ଏନ୍‌.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍‌ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଏଭଳି ପରିସ୍ଥିତିରେ ବିନିକା ଅଞ୍ଚଳରେ ଆଶାକର୍ମୀମାନଙ୍କୁ ସାନିଟାଇଜର ଓ ମାକ୍ସ ମିଳୁନାହିଁ । କେତେକ ଆଶାକର୍ମୀ କହିଛନ୍ତି ଯେ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତି ଘରକୁ ଯାଇ ଲୋକଙ୍କୁ ସଚେତନ କରାଇବା ପାଇଁ କୁହାଯାଇଛି । ଏପରି କି ବାହାର ଅଞ୍ଚଳରୁ କୌଣସି ବ୍ୟକ୍ତି ଘରକୁ ଆସିଥିଲେ କିମ୍ବା କେହି ବାହାର ରାଜ୍ୟକୁ ଯାଇଥିଲେ ତାର ତଥ୍ୟ ସଂଗ୍ରହ କରିବେ । ଏହାଛଡା ଯଦି ଅନ୍ୟ ରାଜ୍ୟରୁ କେହି ଆସିଛନ୍ତି ତେବେ ତାଙ୍କର ପରୀକ୍ଷା ହୋଇଛି କି ନାହିଁ ଏସବୁ ତଦାରଖ କରିବେ । ଏହିି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଥିବା ବେଳେ ମାକ୍ସ କିମ୍ବା ସାନିଟାଇଜର ଯୋଗାଇ ଦିଆଯାଉ ନ ଥିବାରୁ ଆଶାକର୍ମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।
ଏ ନେଇ ସୁବର୍ଣ୍ଣପୁର ସିଡିଏମ୍‌ଓ ଦିଲୀପ କୁମାର ପଣ୍ଡାଙ୍କୁ ପଚାରିବାରେ କହିଥିଲେ ଯେ, ଆଶାକର୍ମୀମାନଙ୍କ ପାଇଁ ଏଯାଏ ଉପଲବ୍ଧ ହୋଇନାହିଁ । ମିଳିଲେ ସେମାନଙ୍କୁ ଯୋଗାଇ ଦିଆଯିବ । ଏନେଇ ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ. ରବୀନ୍ଦ୍ର ପଣ୍ଡାଙ୍କୁ ପଚାରିବାରେ କହିଥିଲେ , ଏଯାଏଁ ମାତ୍ର ୪ ଶହ ମାକ୍ସ ଓ ସାନିଟାଇଜର ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲା । ଯାହା ଆସିଥିଲା ସରିଯାଇଛି ଏବେ ୪୦-୫୦ଟି ରହିଛି। ଆଗକୁ ଉପଲବ୍ଧ ହେଲେ ଆଶାକର୍ମୀମାନଙ୍କୁ ନିଶ୍ଚିତ ଯୋଗାଇ ଦିଆଯିବ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri