ଆଶିଷ ଗଡ଼ନାୟକ, ସ୍ବାଗତିକା ସ୍ବାଇଁ ପାଇବେ ‘ଟାଇମ୍‌ପାସ୍‌ ବୁକର୍‌ ପୁରସ୍କାର’

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଯୁବ ଲେଖକମାନଙ୍କୁ ଉତ୍ସାହିତ କରିବା ପାଇଁ ଓଡ଼ିଶାର ଉଚ୍ଚାଭିଳାଷୀ ପ୍ରକାଶନ ସଂସ୍ଥା ‘ଟାଇମପାସ୍‌’ ପକ୍ଷରୁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଟାଇମ୍‌ପାସ୍‌ ବୁକର୍‌ ପୁରସ୍କାର’ର ବିଜେତାଙ୍କ ନାମ ଶନିବାର ଘୋଷଣା କରାଯାଇଛି। ଗଳ୍ପ ପାଣ୍ଡୁଲିପି ‘କ୍ରୁଶ’ ପାଇଁ କଥାକାର ଆଶିଷ ଗଡ଼ନାୟକ ୨୦୧୮ ମସିହାର ଟାଇମ୍‌ପାସ୍‌ ବୁକର୍‌ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବାବେଳେ ଉପନ୍ୟାସ ପାଣ୍ଡୁଲିପି ‘ସ୍ବପ୍ନର ଶହେ ବର୍ଷ’ ପାଇଁ ଗାଳ୍ପିକା ସ୍ବାଗତିକା ସ୍ବାଇଁ ୨୦୧୯ ମସିହା ଲାଗି ମନୋନୀତ ହୋଇଛନ୍ତି। ଲେଖକ ଦ୍ୱୟଙ୍କ ପୁରସ୍କୃତ ପାଣ୍ଡୁଲିପିକୁ ପ୍ରକାଶନ ସଂସ୍ଥା ପକ୍ଷରୁ ପୁସ୍ତକ ଆକାରରେ ପ୍ରକାଶିତ ହେବା ସହ ଉଭୟଙ୍କୁ ମାନପତ୍ର ଓ ଫଳକ ପ୍ରଦାନ କରାଯାଇ ସମ୍ମାନିତ କରାଯିବ। ଏଥିସହିତ ଛଅ ଜଣଙ୍କୁ ଟାଇମ୍‌ପାସ୍‌ ବେଷ୍ଟସେଲର୍‌ ପୁରସ୍କାର ପ୍ରଦାନ କରାଯିବାକୁ ସ୍ଥିର ହୋଇଛି। ଗଳ୍ପ ସଙ୍କଳନ ‘କାଠ’ ପାଇଁ ଅମିୟ ବେଜ୍‌ ଓ ‘ମୁଠାଏ ଅଙ୍ଗାର’ ପାଇଁ ବିଚିତ୍ର ବିଶ୍ୱାଳ, କବିତା ସଙ୍କଳନ ‘ଝଡ଼ପକ୍ଷୀର ଗୀତ’ ପାଇଁ ଶର୍ମିଷ୍ଠା ସାହୁ ଓ ‘ଏ ସମ୍ପର୍କ ଏମିତି’ ପାଇଁ ସୂର୍ଯ୍ୟସ୍ନାତ ତ୍ରିପାଠୀ, ଉପନ୍ୟାସ ‘ଅପରାଜିତା’ ପାଇଁ ପ୍ରଜ୍ଞାପ୍ରର୍ବିକା ଦାଶ ଏବଂ ଅନୁବାଦ ପୁସ୍ତକ ‘ସେମାନଙ୍କ ଶ୍ରେଷ୍ଠ ଗଳ୍ପ’ ପାଇଁ କିଶୋର ପାଣିଗ୍ରାହୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏତଦ୍‌ ବ୍ୟତୀତ ବହି ସହ ଗଭୀର ସମ୍ପୃକ୍ତି ପାଇଁ ପ୍ରଦାନ କରାଯାଉଥିବା ‘ଟାଇମ୍‌ପାସ୍‌ ବହିବନ୍ଧୁ ସମ୍ମାନ’ ପୁସ୍ତକପ୍ରିୟ ତାପସ ରାଉତ ପାଇବେ। ଆସନ୍ତା ଅକ୍ଟୋବର ୨୦ ତାରିଖରେ ଟାଇମ୍‌ପାସ୍‌ ପକ୍ଷରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଦିବସବ୍ୟାପୀ ସାହିତ୍ୟ ଉତ୍ସବରେ ପ୍ରତିଭାମାନଙ୍କୁ ପୁରସ୍କୃତ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଓଡ଼ିଶା ତଥା ରାଜ୍ୟ ବାହାରର ଯଶସ୍ବୀ ଲେଖକଗଣ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଅନୁଷ୍ଠାନର ନିର୍ଦ୍ଦେଶକ ସରୋଜ ବଳ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri