ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’

କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଶୀର୍ବାଦ ଏବଂ ପୁଅ ସଞ୍ଜୟ ବେହେରା। ତାଙ୍କ ଗିରଫଦାରୀ ପଛରେ ରହସ୍ୟ ରହିଛି। ୧୨ ବର୍ଷ ପରେ କ’ଣ ପାଇଁ ତାଙ୍କୁ ଗିରଫ କରାଗଲା ବୋଲି ଆଶୀର୍ବାଦ ପ୍ରଶ୍ନ କରିଥିବା ବେଳେ ପୁଅ ସଞ୍ଜୟ ଏହାକୁ ଷଡ଼ଯନ୍ତ୍ର ବୋଲି କହିଛନ୍ତି।

ସିବିଆଇ ଅଫିସ ସମ୍ମୁଖରେ ପ୍ରତିକ୍ରିୟା ରଖି ଆଶୀର୍ବାଦ କହିଛନ୍ତି ଯେ, କାହିଁକି ଗିରଫ କରାଯାଇଛି ତାହା ଆପଣମାନେ ଜାଣନ୍ତି। ୧୨ ବର୍ଷ ପରେ ଗିରଫ କରାଯାଇଥିବା ଯୋଗୁ ଏହାକୁ ନେଇ ପ୍ରଶ୍ନ ଉଠୁଛି। ସେହିଭଳି ସଞ୍ଜୟ କହିଛନ୍ତି, ଆଗକୁ ଓସିଏ ନିର୍ବାଚନ ଅଛି। ନିର୍ବାଚନରେ ହାରିବା ଆଶଙ୍କାରେ ଷଡ଼ଯନ୍ତ୍ର କରାଯାଇଛି। ଅତିତରେ ଯେଉଁମାନେ ସହଯୋଗୀ ଥିଲେ ସେମାନେ ଷଡ଼ଯନ୍ତ୍ରକାରୀ। ଓପିଏଲ୍‌ରେ ଅର୍ଥତତ୍ତ୍ୱ ଅର୍ଥ ଲଗାଇବା ନେଇ ସମସ୍ତେ ଅବଗତ ଥିଲେ। ତେବେ ସକାଳେ ସିବିଆଇର ୧୫ ରୁ ୨୦ଜଣିଆ ଟିମ୍‌ ଆସିଥିଲେ। କୋର୍ଟ ଓ୍ବାରେଣ୍ଟ ବଳରେ ତାଙ୍କୁ ଗିରଫ କରାଯାଉଛି ବୋଲି ଜଣାଇଥିଲେୁ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇଛନ୍ତି ଆଶୀର୍ବାଦ। ଗୁରୁବାର ସକାଳେ ସିବିଆଇର ଏକ ଟିମ୍‌ ଆଶୀର୍ବାଦଙ୍କ ଘରେ ଚଢ଼ାଉ କରି ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri