ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ

କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ ଓକିଲ ପ୍ରଭୁପ୍ରସନ୍ନ ବେହେରାଙ୍କ ତରଫରୁ ଅତିରିକ୍ତ ସତ୍ୟାପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠରେ ଦର୍ଶାଯାଇଛି, ୨୦୧୪ରୁ ୨୦୧୮ ପର୍ଯ୍ୟନ୍ତ ସିବିଆଇ ଓସିଏ ଏବଂ ଆଶୀର୍ବାଦଙ୍କୁ ୧୪ଥର ନୋଟିସ ଜାରି କରିଛି। ପ୍ରତ୍ୟେକ ଥର ଆଶୀର୍ବାଦ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ତଦନ୍ତରେ ସିବିଆଇକୁ ସମ୍ପୂର୍ଣ୍ଣ ସହଯୋଗ କରାଯିବା ସହ ଯାହା କାଗଜପତ୍ର ଲୋଡ଼ା ଯାଇଛି ତାହା ପ୍ରଦାନ କରାଯାଇଛି। ଏହା ସତ୍ତ୍ବେ ସିବିଆଇ ତାଙ୍କୁ ଗିରଫ କରିଛି। ତେବେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ ତାରିଖକୁ ଘୁଞ୍ଚିଛି। ଉକ୍ତ ଦିନ ଏହି ମାମଲାର ଚୂଡ଼ାନ୍ତ ଶୁଣାଣି ହେବାର ଆଶା ରହିଛି ବୋଲି ପ୍ରଭୁପ୍ରସନ୍ନ କହିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଓଡ଼ିଶା ରଣଜୀ କ୍ରିକେଟ ଦଳର ପ୍ରାୟୋଜକ ହେବା ପାଇଁ ଅର୍ଥତତ୍ତ୍ବ ଚିଟ୍‌ଫଣ୍ଡ ସଂସ୍ଥା ଓଡ଼ିଶା କ୍ରିକେଟ ଆସୋସିଏଶନକୁ ୭୫ କୋଟି ଟଙ୍କା ଦେଇଥିଲା। ସେହିପରି ୨୦୧୧ରେ ଅନୁଷ୍ଠିତ ଓଡ଼ିଶା ପ୍ରିମିୟର ଲିଗ୍‌(ଓପିଏଲ୍‌)ର ପ୍ରାୟୋଜକ ଥିଲା ଅର୍ଥତତ୍ତ୍ବ। ଏହି ଚିଟ୍‌ଫଣ୍ଡ ସଂସ୍ଥା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ବହୁ ଜମାକାରୀଙ୍କ କୋଟିକୋଟି ଟଙ୍କା ହଡପ୍‌ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ତଦନ୍ତ ସିବିଆଇ କରୁଥିବାବେଳେ ଅର୍ଥତତ୍ତ୍ବ ସହ ତତ୍କାଳୀନ ଓସିଏ ସମ୍ପାଦକ ଆଶୀର୍ବାଦଙ୍କ ଲିଙ୍କ୍‌ ଥିବା ସୂଚନା ମିଳିଥିଲା। ପରେ ଓପିଏଲ୍‌ରେ ଉକ୍ତ ଚିଟ୍‌ଫଣ୍ଡ ସଂସ୍ଥାର ଅର୍ଥ ଲଗାଣକୁ ନେଇ ଗତ ସେପ୍ଟେମ୍ବରରେ ସିବିଆଇ ଆଶୀର୍ବାଦଙ୍କୁ ଗିରଫ କରିଛି। ଆଶୀର୍ବାଦ ସିବିଆଇ ବିଚାରବିଭାଗୀୟ ହାଜତରେ ରହିଥିବାବେଳେ ସେ ଅସୁସ୍ଥ ହୋଇ ପ୍ରଥମେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ଏସ୍‌ସିବି ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଆଶୀର୍ବାଦଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମାନସ ମହାପାତ୍ର ଓ ପ୍ରଭୁ ପ୍ରସନ୍ନ ବେହେରା ଏବଂ ଭାରତ ସରକାରଙ୍କ ପକ୍ଷରୁ ଆସିଷ୍ଟାଣ୍ଟ ସଲିସିଟର ଅନୁପ ବୋଷ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri