Posted inଖେଳ

ଆଶେସ ଚତୁର୍ଥ ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ମାଞ୍ଚେଷ୍ଟର, ୮।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଆଶେସ ଟେଷ୍ଟ ନିର୍ଣ୍ଣାୟକ ମୋଡରେ ପହଞ୍ଚିଛି। ବୋଲିଂ ଓ ବ୍ୟାଟିଂରେ ଦମ୍‌ଦାର ପ୍ରଦର୍ଶନ କରି ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୨୬ ଓଭରରେ ୮ ଉଇକେଟ ହରାଇ ୪୯୭ ରନ କରି ଇନିଂସ ଘୋଷଣା କରିଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ୧୦୭ ଓଭରରେ ୩୦୧ ରନ କରି ଅଲଆଉଟ ହୋଇଥିଲା। ଫଳରେ ଅଷ୍ଟ୍ରେଲିଆ ୧୯୬ ରନର ବୃହତ୍‌ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ଶନିବାର ଚତୁର୍ଥ ଦିନରେ ୪୨.୫ ଓଭରରେ ୬ ଉଇକେଟ ହରାଇ ୧୮୬ ରନ ସଂଗ୍ରହ କରି ଇନିଂସ ଘୋଷଣା କରିଛି। ଫଳରେ ଇଂଲଣ୍ଡ ସମ୍ମୁଖରେ ୩୮୩ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସହ ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ୭ ଓଭରରେ ୨ ଉଇକେଟ ହରାଇ ୧୮ ରନ କରି ବିପଦରେ ପଡିଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକିଥିବା ବେଳେ ଇଂଲଣ୍ଡ ୮ ଉଇକେଟ ବାକିଥାଇ ବିଜୟ ପାଇଁ ଆଉ ୩୬୫ ରନ ଆବଶ୍ୟକ କରୁଛି। ପ୍ରଥମ ଓଭରର ତୃତୀୟ ଓ ଚତୁର୍ଥ ବଲ୍‌ରେ ଓପନର ରୋରି ବନର୍‌ସ ଓ ଅଧିନାୟକ ଜୋ ରୁଟ୍‌ ଖାତା ଖୋଲିବା ପୂର୍ବରୁ ପ୍ୟାଟ୍‌ କୁମିନ୍ସଙ୍କ ଦ୍ୱାରା ଆଉଟ ହୋଇଥିଲେ। ଷ୍ଟମ୍ପ ଅପସାରଣ ବେଳକୁ ଜୋ ଡେନଲି ୧୦ ଓ ଜାସନ ରୟ ୮ ରନ କରି ଅପରାଜିତ ରହିଛନ୍ତି।
ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲିଆ ୪୪ ରନରେ ୪ ଉଇକେଟ ହରାଇ ପ୍ରାରମ୍ଭିକ ବିପର୍ଯ୍ୟୟର ଶିକାର ହୋଇଥିଲା। ତେବେ ଇନ୍‌ଫର୍ମ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ ୮୨, ମାଥ୍ୟୁ ଓ୍ବେଡ୍‌ ୩୪ ରନ କରି ଆଉଟ ହେବା ପୂର୍ବରୁ ଦଳକୁ ସୁବିଧାଜନକ ସ୍ଥିତିରେ ପହଞ୍ଚାଇଥିଲେ। ଅଧିନାୟକ ଟିମ୍‌ ପେନ୍‌ ୨୩ ଓ ମିଚେଲ ଷ୍ଟାର୍କ ୩ ରନ କରି ଅପରାଜିତ ରହିଥିଲେ। ଓପନର ଡେଭିଡ ଓ୍ବର୍ନାର ଖାତା ଖୋଲିପାରି ନ ଥିଲେ। ମାର୍କସ ହାରିସ ୬, ମାର୍ନସ ଲାବୁସ୍କାନ ୧୧, ଟ୍ରାଭିସ ହେଡ ୧୨ ରନ କରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ପକ୍ଷରୁ ଜୋଫ୍ରା ଆର୍ଚର ୩, ଷ୍ଟୁଆର୍ଟ ବ୍ରଡ ୨ ଓ ଜ୍ୟାକ ଲିଚ୍‌ ଗୋଟିଏ ଉଇକେଟ ନେଇଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୦୦/୫ରୁ ଖେଳ ଆରମ୍ଭ କରି ଅଷ୍ଟ୍ରେଲିଆ ଶନିବାର ଅଲଆଉଟ୍‌ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ବେନ୍‌ ଷ୍ଟୋକ୍ସ ୭ ରନରୁ ଖେଳ ଆରମ୍ଭ କରି ୨୬ ଓ ଜନି ବେୟାରଷ୍ଟୋ ୨ରୁ ଖେଳ ଆରମ୍ଭ କରି ୧୭ ରନ କରି ଆଉଟ ହୋଇଥିଲେ। ଏହାପରେ ଜୋସ ବଟଲର ୪୧ ରନର ଗୁରୁତ୍ୱପୂର୍ଣ୍ଣ ପାଳି ଖେଳି ଆଉଟ ହୋଇଥିଲେ। ଆର୍ଚର ୧ ଓ ବ୍ରଡ ୫ ରନ କରି ଆଉଟ ହୋଇଥିବା ବେଳେ ଜ୍ୟାକ୍‌ ଲିଚ୍‌ ୪ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ଜୋଶ ହାଜେଲଉଡ ସର୍ବାଧିକ ୪, ମିଚେଲ ଷ୍ଟାର୍କ ଓ ପ୍ୟାଟ କୁମିନ୍ସ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୧୨୬ ଓଭରରେ ୪୯୭/୮ ଇନିଂସ ଘୋଷଣା
ଇଂଲଣ୍ଡ ପ୍ରଥମ ଇନିଂସ- ୧୦୭ ଓଭରରେ ୩୦୧ ଅଲଆଉଟ୍‌
(ରୋରି ବନର୍‌ସ- ୮୧, ଜୋ ରୁଟ- ୭୧, ବଟଲର- ୪୧, ଜୋଶ ହାଜେଲଉଡ- ୪/ ୫୭, ପ୍ୟାଟ୍‌ କୁମିନ୍ସ- ୩/ ୬୦, ମିଚେଳ ଷ୍ଟାର୍କ- ୩/୮୦ )।
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ- ୪୨.୫ ଓଭରରେ ୧୮୬/୬ରେ ଇନିଂସ ଘୋଷଣା
(ଷ୍ଟିଭ୍‌ ସ୍ମିଥ୍‌- ୮୨, ମାଥ୍ୟୁ ଓ୍ବେଡ- ୩୪, ଟିମ୍‌ ପେନ୍‌- ୨୩*, ବ୍ରଡ- ୨/୫୪, ଆର୍ଚର- ୩/ ୪୫)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୭ ଓଭରରେ ୧୮/୨
(ଜୋ ଡେନଲି- ୧୦*, ଜାସନ ରୟ- ୮*,ପ୍ୟାଟ୍‌ କୁମିନ୍ସ- ୨/୮)।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri