Posted inଖେଳ

ଆଶେସ୍‌ ତୃତୀୟ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୫୯

ଲିଡ୍ସ, ୨୫।୮(ଏଏଫ୍‌ପି)- ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ରୋମାଞ୍ଚକ ମୋଡରେ ପହଞ୍ଚିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୫୨.୧ ଓଭରରେ ୧୭୯ ରନ କରି ଅଲଆଉଟ୍‌ ହୋଇଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ବିପର୍ଯ୍ୟୟର ସମ୍ମୁଖୀନ ହେବା ସହ ୨୭. ୫ ଓଭରରେ ମାତ୍ର ୬୭ ରନ କରି ଅଲଆଉଟ ହେବା ସହ ୧୧୨ ରନ ପଛରେ ପଡିଥିଲା। ଦ୍ୱିତୀୟ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ୭୫.୨ ଓଭରରେ ୨୪୬ ରନ କରି ଆଲଆଉଟ ହୋଇଥିଲ। ଫଳରେ ଇଂଲଣ୍ଡ ସମ୍ମୁଖରେ ୩୫୯ ରନର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ଶନିବାର ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ୭୨ ଓଭରରେ ୩ ଉଇକେଟ ହରାଇ ୧୫୬ ରନ ସଂଗ୍ରହ କରିଛି। ଫଳରେ ମ୍ୟାଚ୍‌ ଆଉ ୨ ଦିନ ବାକିଥିବା ବେଳେ ବିଜୟ ପାଇଁ ଇଂଲଣ୍ଡ ୭ ଉଇକେଟ ବାକି ରଖି ଆଉ ୨୦୩ ରନ ଆବଶ୍ୟକ କରୁଛି। ଷ୍ଟମ୍ପ ଅପସାରଣ ବେଳକୁ ଅଧିନାୟକ ଜୋ ରୁଟ୍‌ ୭୫ ଓ ବେନ୍‌ ଷ୍ଟୋକ୍ସ ୨ ରନ କରି ଅପରାଜିତ ରହିଛନ୍ତି। ଓପନର ରୋରି ବନର୍‌ସ ୭, ଜାସନ ରୟ ୮, ଜୋ ଡେନ୍‌ଲି ୫୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଛନ୍ତି। ବୋଲିଂରେ ଅଷ୍ଟ୍ରେଲିଆର ଜୋଶ ହାଜେଲଉଡ ୨ ଓ ପ୍ୟାଟ୍‌ କୁମିନ୍ସ ଗୋଟିଏ ଉଇକେଟ ଅକ୍ତିଆର କରିଛନ୍ତି।
ଦ୍ୱିତୀୟ ଦିନର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୭୧/୬ରୁ ଅଷ୍ଟ୍ରେଲିଆ ଖେଳ ଆରମ୍ଭ କରି ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ ୫୩ରୁ ଖେଳ ଆରମ୍ଭ କରି ୮୦ ରନର ଗୁରୁତ୍ୱପୂର୍ଣ୍ଣ ପାଳି ଖେଳି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ସେହିପରି ପାଟିନସନ ୨ ରନରୁ ଖେଳି ଆରମ୍ଭ କରି ୨୦ ରନ କରି ଜୋଫ୍ରା ଆର୍ଚରଙ୍କ ବଲ୍‌ରେ ଜୋ ରୁଟ୍‌ଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ୟାଟ କୁମିନ୍ସ ୬, ନାଥନ ଲିୟନ ୯ ରନ କରି ଆଉଟ ହୋଇଥିଲେ। ହାଜେଲଉଡକ ୪ ରନ କରି ଅପରାଜିତ ରହିଥିଲେ। ପାଟିନସନ ଓ ଲାବୁସେନ ସପ୍ତମ ଉଇକେଟରେ ୫୧ ରନ ସଂଗ୍ରହ କରିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ବେନ୍‌ ଷ୍ଟୋକ୍ସ ୩, ଆର୍ଚର ଓ ଷ୍ଟୁଆର୍ଟ ବ୍ରଡ ୨ଟି ଲେଖାଏ, କ୍ରିସ୍‌ ଓ୍ବକ୍ସ ଓ ଜ୍ୟାକ ଲିଚ୍‌ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ପୂବରୁ ବର୍ମିଂହାମ୍‌ରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ୨୫୧ ରନରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ୫ ମ୍ୟାଚ୍‌ ବିଶିଷ୍ଟ ୧-୦ରେ ଅଗ୍ରଣୀ ହାସଲ କରିଥିଲା। ତେବେ ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟେଷ୍ଟ ଅମୀମାଂସିତ ରହିଥିଲା।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୫୨.୧ ଓଭରରେ ୧୭୯ ରନରେ ଅଲଆଉଟ୍‌।
ଇଂଲଣ୍ଡ ପ୍ରଥମ ଇନିଂସ- ୨୭.୫ ଓଭରରେ ୬୭ ଅଲଆଉଟ୍‌।
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ- ୭୫.୨ ଓଭରରେ ୨୪୬ ଅଲଆଉଟ୍‌
(ଲାବୁସେନ- ୮୦, ଓ୍ବେଡ- ୩୩, ହେଡ- ୨୫, ଖ୍ବାଜା- ୨୩, ପାଟିନସନ- ୨୦, ଷ୍ଟୋକ୍ସ- ୩/୫୬, ଆର୍ଚର- ୨/୪୦, ବ୍ରଡ- ୨/୫୨)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୭୨ ଓଭରରେ ୧୫୬/୩
(ରୁଟ୍‌- ୭୫*, ଡେନଲି- ୫୦, ହାଜେଲଉଡ୍‌- ୨/୩୫)


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri