Posted inଖେଳ

ଆଷ୍ଟୋନ ଆଗରଙ୍କ ହ୍ୟାଟ୍ରିକ; ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ଜୋହାନ୍ସବର୍ଗ,୨୨।୨- ସ୍ଥାନୀୟ ଓ୍ବାଣ୍ଡର୍ସ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ଆଷ୍ଟୋନ ଆଗର ହ୍ୟାଟ୍ରିକ ଉଇକେଟ ନେଇଛନ୍ତି। ଏଥିଯୋଗୁ ଅଷ୍ଟ୍ରେଲିଆ ୧୦୭ ରନ୍‌ର ବୃହତ୍‌ ବ୍ୟବଧାନରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ୫ ଉଇକେଟ ସଫଳତା ପାଇଥିବା ଆଷ୍ଟୋନ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନଙ୍କ ମିଳିତ ଉଦ୍ୟମ ଯୋଗୁ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଦଳ ପାଇଁ ଷ୍ଟିଭ ସ୍ମିଥ ୪୫, ଅଧିନାୟକ ଆରୋନ ଫିଞ୍ଚ ୪୨, ଆଲେକ୍ସ କାରି ୨୭ ଓ ଆଷ୍ଟୋନ ୨୦ ରନ୍‌ କରିଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ ଡେଲ ଷ୍ଟେଇନ ଓ ତାବ୍ରିଜ ଶାମ୍‌ସି ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଇନିଂସ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଘରୋଇ ଦକ୍ଷିଣ ଆଫ୍ରିକା। ଏଭଳି ପରିସ୍ଥିତିରୁ ଦଳକୁ କୌଣସି ବ୍ୟାଟ୍ସମ୍ୟାନ ଉଦ୍ଧାର କରିପାରି ନ ଥିଲେ। ଇନିଂସ୍‌ର ୭ମ ଓଭର ବୋଲିଂ କରୁଥିବା ଆଗର ଚତୁର୍ଥ ବଲରେ ଡୁପ୍ଲେସିଙ୍କୁ କେନ ରିଚାର୍ଡସନ୍‌ଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରାଇଥିଲେ। ପରବର୍ତ୍ତୀ ବଲରେ ଆଣ୍ଡିଲେ ଫେଲୁକ୍ୱାୟୋଙ୍କୁ ଏଲ୍‌ବିଡବ୍ଲ୍ୟୁ କରି ପାଭେଲିଅନ ଫେରାଇଥିଲେ। ଓଭରର ଅନ୍ତିମ ବଲରେ ଷ୍ଟେଇନଙ୍କୁ ଆଉଟ କରି ହ୍ୟାଟ୍ରିକ ପୂରଣ କରିଥିଲେ। ଟି୨୦ ଫର୍ମାଟ୍‌ରେ ହ୍ୟାଟ୍ରିକ ନେବାରେ ଆଗର ଦ୍ୱିତୀୟ ଅଷ୍ଟ୍ରେଲିଆନ ବୋଲର। ତାଙ୍କ ପୂର୍ବରୁ ବ୍ରେଟ୍‌ ଲି ୨୦୦୭ରେ ବାଂଲାଦେଶ ବିପକ୍ଷରେ ହ୍ୟାଟ୍ରିକ୍‌ ନେଇଥିଲେ। ଦକ୍ଷିଣ ଆଫ୍ରିକା ୧୪.୩ ଓଭରରେ ମାତ୍ର ୮୯ ରନ୍‌ରେ ସୀମିତ ରହିଥିଲା। ଦଳ ପାଇଁ ଫାଫ ଡୁପ୍ଳେସି ୨୪, କାଗିସୋ ରବାଡା ୨୨ ଓ ପିଟେ ଭାନ ବିଜନ (୧୬)ଙ୍କ ବ୍ୟତୀତ ଅନ୍ୟ କେହି ଦୁଇ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ। ବିଜୟୀ ଦଳ ପାଇଁ ଆଷ୍ଟୋନ ୫ ଉଇକେଟ ନେଇଥିଲେ। ସେହିଭଳି ପାଟ କୁମିନ୍ସ ଓ ଆଡାମ ଝାମ୍ପା ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri