ଆସନ୍ତା ବର୍ଷ ୭ ଜିଲାରେ କଦଳୀଚାଷୀଙ୍କୁ ୧ ଲକ୍ଷ ଟଙ୍କା ସହାୟତା ମିଳିବ: ମନ୍ତ୍ରୀ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଫଳ, ଅଣ୍ଡା, ମାଂସ, କଦଳୀ ସବୁ ଆନ୍ଧ୍ରରୁ ଆସୁଛି। ୨୦ ଲକ୍ଷ ମେଟ୍ରିକ ଟନ୍‌ କଦଳୀର ଚାହିଦା ଥିବା ବେଳେ ୧୫ ଲକ୍ଷ ଆନ୍ଧ୍ରରୁ ଆସୁଛି। ଫଳମୂଳ ତଥା ପନିପରିବା ଚାଷକୁ ସରକାର ପୋତ୍ସାହନ ଦେଉନାହାନ୍ତି। ଖାଲି ଲେଖି ପଢ଼ିଦେଲେ ରାଜ୍ୟ ଆତ୍ମନିର୍ଭରଶୀଳ ହେବ ନାହିଁ। ସେଥିପାଇଁ ସ୍ବତନ୍ତ୍ର ତାଲିମ ଦେବା ସହ କଦଳୀ, ପନିପରିବା, ଫଳ ଚାଷ କରିବା ଲାଗି ସରକାର ଆନ୍ତରିକତା ଦେଖାଇବା ଦରକାର। କଦଳୀ ଚାଷକୁ ନେଇ ବୁଧବାର ପ୍ରଶ୍ନୋତ୍ତର ବେଳେ ବିରୋଧୀ ଦଳର ସଭ୍ୟମାନେ କୃଷି ଓ ସଶକ୍ତୀକରଣ ମନ୍ତ୍ରୀ ଅରୁଣ ସାହୁଙ୍କୁ ହଲ୍ଲାପଟା କରିଥିଲେ। କେବଳ ବିରୋଧୀ ନୁହନ୍ତି ଶାସକ ଦଳର ସଭ୍ୟ ମଧ୍ୟ ରାଜ୍ୟରେ କଦଳୀ ଚାଷ ଓ ଉତ୍ପାଦନ କମିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ।

ମନ୍ତ୍ରୀ କହିଥିଲେ ଯେ, ଆସନ୍ତା ୫ ବର୍ଷ ମଧ୍ୟରେ ରାଜ୍ୟ କଦଳୀ ଉତ୍ପାଦନରେ ଆତ୍ମନିର୍ଭରଶୀଳ ହୋଇଯିବ। ୨୦୨୦-୨୧ ଆର୍ଥିକ ବର୍ଷରୁ ରାଜ୍ୟ ଯୋଜନାରେ ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାରେ କଦଳୀ ଉତ୍ପାଦନ ବୃଦ୍ଧି ଲାଗି ହେକ୍ଟର ପ୍ରତି ୧ ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦେବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri