ଆସନ୍ତା ୧୬ରୁ ବଲାଙ୍ଗୀର, ୨୩ରୁ କୋରାପୁଟ, ୩୧ରୁ ବାରିପଦାରେ କୋଭିଡ ପରୀକ୍ଷା: ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୪।୫- ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାକୁ ନେଇ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଦେଶ ତଥା ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ କଡା ଆଭିମୂଖ୍ୟ ଗ୍ରହଣ କରିଛନ୍ତି। କୋବିଡ଼-୧୯ ମୁକାବିଲା ନେଇ ଗୁରୁବାର କ୍ଷମତା ସମ୍ପନ୍ନ ମନ୍ତ୍ରୀସ୍ତରୀୟ କମିଟିରେ ଗୁରୁତ୍ୱପୂର୍ଣ ଆଲୋଚନା ହୋଇଛି। ଭଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ଆଲୋଚନା ହୋଇଛି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏନ୍‌ଆଇସିରେ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ରାଜ୍ୟ ମନ୍ତ୍ରୀମଣ୍ଡଳର ସ୍ବତନ୍ତ୍ର କମିଟିର ବୈଠକରେ କରୋନା ମୁକାବିଲା ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଦୈନିକ ୧୫ ହଜାର କୋଭିଡ ପରୀକ୍ଷା କିପରି ଶୀଘ୍ର ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଖୁବଶୀଘ୍ର ବାରିପଦାରେ ୩୧ରୁ, ବଲାଙ୍ଗୀରରେ ୧୬ରୁ ଓ କୋରାପୁଟରେ ୨୩ ତାରିଖରୁ କୋଭିଡ ପରୀକ୍ଷା ଆରମ୍ଭ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେବା ସହ ଖୁବଶୀଘ୍ର ରାଜ୍ୟରେ ଆଉ ଅଧିକ ୪ ହଜାର ଶଯ୍ୟା ବିଭିନ୍ନ କୋଭିଡ ହସ୍ପିଟାଲରେ ବୃଦ୍ଧି କରାଯାଉଥିବା ସୂଚନା ଦେଇଥିଲେ। ଏହି ମନ୍ତ୍ରୀ ସ୍ତରୀୟ ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ତମାଖୁ ଓ ଗୁଟକା ବନ୍ଦ କରିବା ପାଇଁ ପ୍ରସ୍ତାବ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri