ଆସନ୍ତା ୧୬ରୁ ବଲାଙ୍ଗୀର, ୨୩ରୁ କୋରାପୁଟ, ୩୧ରୁ ବାରିପଦାରେ କୋଭିଡ ପରୀକ୍ଷା: ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୪।୫- ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାକୁ ନେଇ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଦେଶ ତଥା ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ କଡା ଆଭିମୂଖ୍ୟ ଗ୍ରହଣ କରିଛନ୍ତି। କୋବିଡ଼-୧୯ ମୁକାବିଲା ନେଇ ଗୁରୁବାର କ୍ଷମତା ସମ୍ପନ୍ନ ମନ୍ତ୍ରୀସ୍ତରୀୟ କମିଟିରେ ଗୁରୁତ୍ୱପୂର୍ଣ ଆଲୋଚନା ହୋଇଛି। ଭଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ଆଲୋଚନା ହୋଇଛି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏନ୍‌ଆଇସିରେ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ରାଜ୍ୟ ମନ୍ତ୍ରୀମଣ୍ଡଳର ସ୍ବତନ୍ତ୍ର କମିଟିର ବୈଠକରେ କରୋନା ମୁକାବିଲା ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଦୈନିକ ୧୫ ହଜାର କୋଭିଡ ପରୀକ୍ଷା କିପରି ଶୀଘ୍ର ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଖୁବଶୀଘ୍ର ବାରିପଦାରେ ୩୧ରୁ, ବଲାଙ୍ଗୀରରେ ୧୬ରୁ ଓ କୋରାପୁଟରେ ୨୩ ତାରିଖରୁ କୋଭିଡ ପରୀକ୍ଷା ଆରମ୍ଭ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେବା ସହ ଖୁବଶୀଘ୍ର ରାଜ୍ୟରେ ଆଉ ଅଧିକ ୪ ହଜାର ଶଯ୍ୟା ବିଭିନ୍ନ କୋଭିଡ ହସ୍ପିଟାଲରେ ବୃଦ୍ଧି କରାଯାଉଥିବା ସୂଚନା ଦେଇଥିଲେ। ଏହି ମନ୍ତ୍ରୀ ସ୍ତରୀୟ ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ତମାଖୁ ଓ ଗୁଟକା ବନ୍ଦ କରିବା ପାଇଁ ପ୍ରସ୍ତାବ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri