ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା କରାଯାଇ ନ ଥିଲେ ମଧ୍ୟ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ମନ୍ତ୍ରିମଣ୍ଡଳ ଶପଥ ନେଇ ବିଜେଡି ପକ୍ଷରୁ ରାଜ୍ୟପାଳଙ୍କୁ ଅନୁରୋଧ କରାଯାଇପାରେ।

ପଞ୍ଚମ ଥର ଲାଗି ବିଜେଡି ପୁଣି କ୍ଷମତାକୁ ଫେରିଛି। ୨୩ ତାରିଖରେ ଭୋଟ ଗଣତି ହୋଇଥିଲେ ମଧ୍ୟ ଏଯାବତ୍‌ ଚୂଡ଼ାନ୍ତ ଘୋଷଣା ହୋଇପାରିନାହିଁ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ରାଜ୍ୟର ସମସ୍ତ ୨୧ଟି ଲୋକ ସଭା ଓ ୧୪୬ ବିଧାନସଭା ଆସନର ସମ୍ପୂର୍ଣ୍ଣ ଫଳାଫଳ ମିଳିବ। ଫଳାଫଳ ହସ୍ତଗତ ହେବା ପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏ ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ। ଏହା ପରେ ସଂଖ୍ୟାଗରିଷ୍ଠ ଲାଭ କରିଥିବା ଦଳ ମନ୍ତ୍ରିମଣ୍ଡଳ ଗଠନ କରିବା ନେଇ ରାଜ୍ୟପାଳଙ୍କୁ ଜଣାଇବେ।

ମିଳିଥିବା ସୂଚନା ଅନଯାୟୀ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ବିଧିବଦ୍ଧ ଭାବେ ଇସ୍ତଫା ଦେଇଛନ୍ତି। ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ରାଜ୍ୟପାଳଙ୍କୁ ଜଣାଇ ଦିଆଯାଇଛି। ଇସ୍ତଫା ସମ୍ପର୍କରେ ରାଜଭବନ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri