ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୂର୍ବାହ୍ନ ୧୧ଟାରେ ଜଷ୍ଟିସ୍‌ ଏସ୍‌ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଏହି ଶୁଣାଣି ହେବ। ଜଣିକିଆ ବେଞ୍ଚରେ ଏହି ଶୁଣାଣି ହେବ। ରଥଯାତ୍ରା ପୁନର୍ବିଚାର ନେଇ ଏକାଧିକ ପିଟିଶନ ଦାୟର ହୋଇସାରିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଭର୍ଚୁଆଲ କୋର୍ଟ ନଂ. ୩ରେ ଏହି ଶୁଣାଣି ହେବ।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଥିଲେ । ଏହା ପରେ ରାଜ୍ୟ ସରକାରଙ୍କ କ୍ୟାବିନେଟ୍‌ ବୈଠକ ବସିଥିଲା। ଏହି ବୈଠକରେ ସୁପ୍ରିମକୋର୍ଟଙ୍କ ରାୟ ମାନିବା ପାଇଁ ନିଷ୍ପତ୍ତି ମଧ୍ୟ ନିଆଯାଇଥିଲା। ଅନ୍ୟପକ୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବନ୍ଦ ନ ହେବାକୁ ବିଭିନ୍ନ ମହଲରୁ ଦାବି ହୋଇଥିଲା। ରାଜ୍ୟର ଅନ୍ୟ ସ୍ଥାନରେ ରଥଯାତ୍ରା ବନ୍ଦ କରି କେବଳ ପୁରୀରେ ରଥଯାତ୍ରା ପାଇଁ ଅନୁମତି ଦେବାକୁ ଏହି ପିଟିଶନରେ ଅନୁରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri