ଆସନ୍ତାବର୍ଷ ପାଠ୍ୟକ୍ରମରେ ସ୍ଥାନ ପାଇବ ରାଜ୍ୟ ସଙ୍ଗୀତ

ଭୁବନେଶ୍ୱର, ୮।୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ଆସନ୍ତା ଶିକ୍ଷାବର୍ଷଠାରୁ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବ। ଏ ବର୍ଷ ବହି ବଣ୍ଟନ ସରିଛି। ସୁବିଧା ହେଲେ ସ୍ବତନ୍ତ୍ର ପୁସ୍ତିକା ବଣ୍ଟାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ଏହି ସଙ୍ଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦା୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପ୍ରସଙ୍ଗରେ ସୋମବାର ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ଯେ, ଚଳିତବର୍ଷ ବହି ବଣ୍ଟା ହୋଇ ସାରିଛି। ସଙ୍ଗୀତ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭାଗ ପଦକ୍ଷେପ ନେବ। ଯଦି ସୁବିଧା ହୁଏ, ତେବେ ଏବର୍ଷ ସ୍ବତନ୍ତ୍ର ପୁସ୍ତିକା କରି ଦେବାର ବ୍ୟବସ୍ଥା କରାଯିବ। ତେବେ ଏନେଇ ବିଭାଗ ବିସ୍ତୁତ ଅନୁଧ୍ୟାନ ପରେ ନିଷ୍ପତ୍ତି ନେବ। ସ୍କୁଲରେ ୪ଟା ବେଳେ ଛୁଟି ହେବା ପୂର୍ବରୁ ଏହି ସଙ୍ଗୀତ ଗାନ କରାଯିବ। ଏବେ ବି କିଛି ସ୍କୁଲରେ ଗାନ କରାଯାଉଛି। ହେଲେ ଆସନ୍ତାବର୍ଷ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଯେଉଁ ଆଧାରରେ କରିବ ସେହି ଅନୁସାରେ ପାଠ୍ୟକ୍ରମରେ ସାମିଲ ହେବ। ପାଠ୍ୟକ୍ରମରେ ସଙ୍ଗୀତ ରହିବା ସହିତ କାନ୍ତକବିଙ୍କ ସମ୍ପର୍କରେ ସୂଚନା ସ୍ଥାନ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri