Posted inଜାତୀୟ

ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ପ୍ରକାଶ: ୧୯ ଲକ୍ଷ ୬ ହଜାର ୬ଶହ ୫୭ଙ୍କ ନାମ ନାହିଁ

ଗୁଆହାଟୀ,୩୧।୮: ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇଛି। ତାଲିକାରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣଙ୍କୁ ସାମିଲ୍‌ କରାଯାଇଛି। ତେବେ ଏହି ତାଲିକାରେ ୧୯ ଲକ୍ଷ ୬ ହଜାର ୬ଶହ ୫୭ ଜଣଙ୍କ ନାମ ନ ଥିବା କୁହାଯାଉଛି। ତାଲିକାରେ ନାମ ନ ଥିବା ଲୋକେ ଏଣିକି ୧୨୦ ଦିନ ମଧ୍ୟରେ ଫରେନରର୍ସ ଟ୍ରିବ୍ୟୁନାଲ୍‌ରେ ଅପିଲ୍‌ ଦାଖଲ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏନେଇ ୧୯୫୧ରେ ପ୍ରଥମ ଡ୍ରାଫ୍ଟ ଅଣାଯାଇଥିଲା। ପରେ ୨୦୧୮ ଜୁଲାଇ ୩୦ରେ ଏହା ପ୍ରକାଶ ପାଇଥିଲା। ଏଥିରେ ୪୦ ଲକ୍ଷ ୭୦ ହଜାର ଲୋକଙ୍କ ନାମ ନ ଥିଲା। ୨୦୦୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ କାର୍ଯ୍ୟକାଳରେ କେନ୍ଦସରକାର, ଆସାମ ରାଜ୍ୟ ସରକାର ଏବଂ ଆସାମ ଟ୍ରେଡ୍‌ ୟୁନିଅନ ମଧ୍ୟରେ ତ୍ରିପକ୍ଷୀୟ ବୈଠକ ହୋଇଥିଲା। ଏଥିରେ ଏନ୍‌ଆର୍‌ସି ଅପଡେଟ୍‌ ପାଇଁ ନିଷ୍ପତ୍ତି ହୋଇଥିଲା। ୨୦୧୩ରେ ସୁପ୍ରିମ୍‌ କୋର୍ଟ ଏନ୍‌ଆର୍‌ସି ଅପଡେଟ୍‌ ନିମନ୍ତେ ନିର୍ଦ୍ଦେଶ ଜାରି କରିଥିଲେ। ଏନେଇ ପ୍ରକ୍ରିୟା ୨୦୧୫ ଫେବୃୟାରୀରୁ ଆରମ୍ଭ ହୋଇଥିଲା। ମାମଲା ଗୁଡ଼ିକର ଶୀଘ୍ର ଫଇସଲା ପାଇଁ ଆସାମ ସରକାର ରାଜ୍ୟରେ ୪ ଶହ ବିଦେଶୀ ନ୍ୟାୟଧିକରଣ ସ୍ଥାପନ କରିବାକୁ ଯୋଜନା କରିଛନ୍ତି। ଇତିମଧ୍ୟରେ ୨ ଶହ ବିଦେଶୀ ନ୍ୟାୟଧିକରଣ ସ୍ଥାପନ ଲାଗି ପ୍ରକ୍ରିୟା ଜାରି ରହିଥିବା ଅତିରିକ୍ତ ମୁଖ୍ୟ ସଚିବ କୁମାର ସଞ୍ଜୟ କୃଷ୍ଣ ସୂଚନା ଦେଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟରେ ୫୧ କମ୍ପାନୀ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?