Posted inଜାତୀୟ

ଆସାମ ଡିଟେନଶନ୍‌ ସେଣ୍ଟର: ୩ ବର୍ଷରେ ୩୦ ବିଦେଶୀଙ୍କ ଘଟିଛି ମୃତ୍ୟୁ

ନୂଆଦିଲ୍ଲୀ,୧୩।୪: ଭାରତରେ ବିନା କୌଣସି ବୈଧ ପ୍ରମାଣପତ୍ରରେ ବାସ କରୁଥିବା ଲୋକଙ୍କୁ ଡିଟେନଶନ୍‌ ସେଣ୍ଟରରେ ରଖାଯାଇଥାଏ। ଦେଶରେ ଏଭଳି ଲୋକଙ୍କୁ ରଖିବା ପାଇଁ ୨୦୦୯ରେ ୬ଟି ଡିଟେନଶନ୍‌ ସେଣ୍ଟର ନିର୍ମାଣ କରାଯାଇଥିଲା। ବିନା ପ୍ରମାଣପତ୍ରରେ ଭାରତରେ ରହୁଥିବା ଲୋକଙ୍କ ୧୯୮୩ ବେଆଇନ ପ୍ରବାସୀ ଅଧିନିୟମ ଏବଂ ୧୯୪୬ ବିଦେଶୀ ଅଧିନିୟମ ଅନୁସାରେ ଡିଟେନଶନ୍‌ ସେଣ୍ଟରରେ ରଖାଯାଇ ସେମାନଙ୍କ ଉପରେ ନ୍ୟାୟିକ ବିଚାର କରାଯାଇଥାଏ। ଆସାମର ଦିବ୍ରୁଗଡ଼, ଜୋରହାଟ୍‌, ଗୋଲପରା, କୋକ୍ରୋଝର, ସିଲଚର ଏବଂ ତେଜ୍‌ପୁରରେ ଏଭଳି ଡିଟେନଶନ୍‌ ସେଣ୍ଟର ରହିଛି। ୨୦୧୬ଠାରୁ ୨୦୧୯ ନଭେମ୍ବର ସୁଦ୍ଧା ୩ ବର୍ଷ ମଧ୍ୟରେ ଏସବୁ ଡିଟେନଶନ୍‌ ସେଣ୍ଟରରେ ୩୦ ଜଣ ବିଦେଶୀଙ୍କ ମୃତ୍ୟୁ ଘଟିଥିବା ଆସାମ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ଡିଟେନଶନ୍‌ ସେଣ୍ଟରରେ ରହିଥିବା ଲୋକଙ୍କ ମଧ୍ୟରେ ଅଧିକାଂଶ ବାଂଲାଦେଶୀ ରହିଛନ୍ତି। ସେମାନେ ୧୯୭୧ ପରେ ଭାରତକୁ ଆସିଥିଲେ। ସେହିପରି କେତେକ ନେପାଳର ଲୋକ ମଧ୍ୟ ଏଠାରେ ରହିଛନ୍ତି। ୨୦୧୬ ମାର୍ଚ୍ଚ ୧୭ରେ ଡିଟେନଶନ୍‌ ସେଣ୍ଟରରେ ପ୍ରଥମ ମୃତ୍ୟୁ ଘଟିଥିଲା। ପରବର୍ତ୍ତୀ ସମୟରେ ଅନ୍ୟମାନଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri