Posted inଜାତୀୟ

ଆସାମ ବନ୍ୟା ସ୍ଥିତି ସଙ୍ଗିନ: ୭ ମୃତ, ୧୫ ଲକ୍ଷ ପ୍ରଭାବିତ

ଗୁଆହାଟୀ,୧୪ା୭: ଆସାମରେ ବନ୍ୟାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟର ୩୩ ଜିଲା ମଧ୍ୟରୁ ୨୫ଟି କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ ସମେତ ସେନାକୁ ନିୟୋଜିତ କରାଯାଇଛି। ବ୍ରହ୍ମପୁତ୍ର ଓ ଅନ୍ୟ ୫ଟି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଚା’ଚାଷ ବହୁଳ ଅଞ୍ଚଳ ଧେମାଜି ଓ ଲକ୍ଷ୍ମୀପୁର ସମେତ ବୋଙ୍ଗାଇଗାଓଁ ଏବଂ ବାରପେଟା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଜଣେ ଅଧିକାରୀ କହିଛନ୍ତି। ୮୫ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଥିବା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଭୂସ୍ଖଳନ ଯୋଗୁ ଗୋଲାଘାଟରେ ୨ ଏବଂ ହାଫ୍‌ଲଙ୍ଗ୍‌ରେ ଜଣେ ପ୍ରାଣ ହରାଇବା ଫଳରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୭ରେ ପହଞ୍ଚତ୍ଛି। ୨୭,୦୦୦ ହେକ୍ଟରରୁ ଅଧିକ ଚାଷଜମି ଜଳପ୍ଳାବିତ ହୋଇଛି। ୨୦,୦୦୦ ଲୋକଙ୍କୁ ଉଦ୍ଧାର କରାଯାଇ ବିଭିନ୍ନ ରିଲିଫ କେନ୍ଦ୍ରରେ ରଖାଯାଇଛି। ବାରପେଟା ଜିଲାରେ ସର୍ବାଧିକ ୫ ଲକ୍ଷ ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। କାଜିରଙ୍ଗା ଜାତୀୟ ଉଦ୍ୟାନର ଅଧା ଅଞ୍ଚଳ ବନ୍ୟାଜଳରେ ବୁଡ଼ିଯାଇଛି। ଜାତୀୟ ଉଦ୍ୟାନରେ ବନ୍ୟାପାଣି ପଶିବାରୁ ସେଠାରୁ ପ୍ରାଣୀମାନେ ପଳାୟନ କରିଛନ୍ତି। ଉତ୍ତରପୂର୍ବାଞ୍ଚଳର ବିଭିନ୍ନ ରାଜ୍ୟରେ ବନ୍ୟା ଯୋଗୁ ପଶ୍ଚିମବଙ୍ଗ ଓ ସିକ୍କିମ୍‌ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଦୋଆର ଅଞ୍ଚଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ବିଭିନ୍ନ ସ୍ଥାନରେ ପର୍ଯ୍ୟଟକମାନେ ଅଟକି ରହିଛନ୍ତି। ସିଲିଗୁଡି-ସିକ୍କିମ ରାସ୍ତା ବନ୍ଦ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri