ଆସିକା ଚିନିଶିଳ୍ପର ସାଧାରଣ ବୈଠକ: ଆଧୁନିକୀକରଣ ନିମନ୍ତେ ୪୨କୋଟି ଟଙ୍କାର ବ୍ୟୟ ଅଟକଳ

ଆସିକା, ୨୮ା୧୧(ଡି.ଏନ୍‌.ଏ.)-ଆସିକା ସମବାୟ ଚିନିଶିଳ୍ପ ପରିଚାଳନା ପରିଷଦର ସାଧାରଣ ବୈଠକ ବୁଧବାର ମଧ୍ୟାହ୍ନରେ ଚିନିଶିଳ୍ପ ସଭାଗୃହରେ ଅନୁଷ୍ଠିତ ହୋଇଥିଲା। ପରିଚାଳନା ପରିଷଦ ସଭାପତି ବିପିନ ବିହାରୀ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାଧାରଣ ବୈଠକରେ ଆସିକା ସମବାୟ କେନ୍ଦ୍ର ବ୍ୟାଙ୍କ ସଭାପତି ବୀରେନ୍ଦ୍ର କେଶରୀ ଆରୁଖ ମୁଖ୍ୟଅତିଥି ରୂପେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରା, ସମ୍ପାଦକ ଆର୍‌. ଚନ୍ଦ୍ରଶେଖର ରେଡ୍ଡୀ, ଆଖୁ ପରିଚାଳକ ଭଗବାନ ପଣ୍ଡା, ହିସାବ ଅଧିକାରୀ ସନ୍ତୋଷ କୁମାର ପାତ୍ର, ବୈଷୟିକ ଅଧିକାରୀ ଏମ୍‌. ଗୁରୁନାଥନ୍‌, ସମବାୟ ବିଭାଗ ପ୍ରତିନିଧି ବିଜୟ କୁମାର ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରାଥମିକ ସେବା ସମିତିର ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ପ୍ରତିନିଧି ବୈଠକରେ ଯୋଗ ଦେଇଥିଲେ। ଏହି ଅବସରରେ ୨୦୧୮-୧୯ ବାର୍ଷିକ ସାଧାରଣ ସଭା ଓ ବାର୍ଷିକ ସାଧାରଣ ପ୍ରଶାସନିକ ବିବରଣୀ ପଠନ ଓ ଅନୁମୋଦନ କରାଯାଇଥିଲା। ୨୦୧୯-୨୦ ବର୍ଷ ପାଇଁ କାରଖାନାର ବ୍ୟବସାୟିକ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷ କରି ଚିନିଶିଳ୍ପରୁ ପ୍ରସ୍ତୁତ ଦେଶୀ ମଦ ଯୋଗାଣ ଲାଗି ସରକାର ବର୍ତ୍ତମାନ ରାଜ୍ୟର ୯ଟି ଜିଲା ନିମନ୍ତେ ଅନୁମୋଦନ କରିଛନ୍ତି। ଚିନିଶିଳ୍ପର ସ୍ବାର୍ଥରକ୍ଷା ଦୃଷ୍ଟିରୁ ସମଗ୍ର ରାଜ୍ୟ ପାଇଁ ଏହି ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଗୃହୀତ ହୋଇଥିଲା। ସେହିଭଳି ଚିନିଶିଳ୍ପର ଆଧୁନିକୀକରଣ ନିମନ୍ତେ ୪୨କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ରାଜ୍ୟ ସରକାରଙ୍କ ଅନୁମୋଦନ ନିମନ୍ତେ ପଠାଯାଇଛି। ଅନୁମୋଦନ ପରେ ଏହି କାରଖାନା ଉନ୍ନତମାନର ଅଧିକ ଚିନି ଉପତ୍ାଦନ କରି ସଂସ୍ଥାକୁ ଲାଭଜନକ ସ୍ଥିତିକୁ ଆଣିବ ବୋଲି ଆଲୋଚନା କରାଯାଇଥିଲା। ଏହି ଅବସରରେ ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ୧୭୦ କୋଟି ୧୩ ଲକ୍ଷ ଟଙ୍କାର ଏକ ବ୍ୟୟ ଅଟକଳ କରାଯାଇଥିବାବେଳେ ୩କୋଟି ୪୪ ଲକ୍ଷ ଟଙ୍କା ଲାଭ ହେବା ନେଇ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri