ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ବୁହାହେଲେ ପ୍ରସୂତି

ରତ୍ନଗିରି,୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଇଁଶିରିଆ ପଞ୍ଚାୟତରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଆଉ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ନ ଆସିବାରୁ ଜଣେ ପ୍ରସୂତିଙ୍କୁ ଟ୍ରଲିରେ ବୁହାଯାଇଥିବା ଦେଖିବାକୁ ମିଳିଛି।

ସୂଚନାନୁଯାୟୀ, ଉକ୍ତ ପଞ୍ଚାୟତର କନକଲତା ଓଝା(୩୫)ଙ୍କୁ ବୁଧବାର ପ୍ରସବ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କ ପରିବାର ପକ୍ଷରୁ ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିବା ପାଇଁ ୧୦୪ଓ ୧୦୮ ନଂକୁ ଯୋଗାଯୋଗ କରାଯାଇଥିଲା। ମାତ୍ର ଦୀର୍ଘ ସମୟ ଧରି ଆମ୍ବୁଲାନ୍ସ ନେଇ ସୂଚନା ନ ମିଳିବାରୁ ଓ ପ୍ରସବ ଯନ୍ତ୍ରଣା ଅସହ୍ୟ ହେବାରୁ ବାଧ୍ୟ ହୋଇ ପରିବାର ଲୋକେ ତାଙ୍କୁ ଏକ ଟ୍ରଲିରେ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ବାଟରେ ବାଲିଆପାଳ ବିଧାନଚନ୍ଦ୍ର ଏକାଡେମୀ ନିକଟରୁ ଏକ ଆମ୍ବୁଲାନ୍ସ ଯୋଗେ ମହିଳାଙ୍କୁ ବରୀ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଦାୟିତ୍ୱରେ ଥିବା ଡାକ୍ତର ଜିନ୍ନତ ଦାସ ସମସ୍ତ ପରୀକ୍ଷା କରିବା ପରେ ଉକ୍ତ ମହିଳାଜଣଙ୍କ ସେଠାରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ପିଲାଟି ଜନ୍ମ ହେବା ସମୟରେ ୩.୧କିଗ୍ରା ହୋଇଥିଲେ ମଧ୍ୟ ମହିଳାଙ୍କ ଅବସ୍ଥା ଗୁରୁତର ରହିଛି। ଅପରପକ୍ଷେ ସମ୍ପୃକ୍ତ ମହିଳା ଜଣଙ୍କ ଗର୍ଭଧାରଣ ସମୟରୁ ଶେଷ ପର୍ଯ୍ୟନ୍ତ କୌଣସି ସ୍ବାସ୍ଥ୍ୟ ପରୀକ୍ଷା କରି ନ ଥିବା ବେଳେ ଅଲ୍‌ଟ୍ରାସାଉଣ୍ଡ କରିନାହାନ୍ତି। ଏପରିକି ସେହି ପଞ୍ଚାୟତ ଦାୟିତ୍ୱରେ ଥିବା ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ନିକଟରେ ଗର୍ଭଧାରଣ ସମ୍ପର୍କିତ କୌଣସି ସୂଚନା ଦେଇ ନ ଥିବା ଜଣାପଡ଼ିଛି।

ଶିଶୁ ଜନ୍ମ ହେବା ପରେ ମହିଳାଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ହେବାରୁ ଅଧିକ ଚିକିତ୍ସା ନିମନ୍ତେ ତାଙ୍କ ପରିବାରଠାରୁ ଏକ ଅଣ୍ଡରଟେକିଂ ରଖାଯାଇଥିବା ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡ଼.କୌଶିକ ପାତ୍ର ସୂଚନା ଦେଇଛନ୍ତି। ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

ଗର୍ଭବତୀ ମହିଳାମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିବା କ୍ଷେତ୍ରରେ ଅବ୍ୟବସ୍ଥା ବିଷୟରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପଚାରିବାରେ ସେ କୁହନ୍ତି, ଯଦି ଏପରି ସମସ୍ୟା ଆଗକୁ ଉପୁଜେ ଯଥାଶୀଘ୍ର ଆମ୍ଭକୁ ଯୋଗଯୋଗ କଲେ ଆମେ ଏହାର ବ୍ୟବସ୍ଥା କରିବୁ । ପ୍ରସୂତି ମାନଙ୍କୁ ପ୍ରସବ ନିମନ୍ତେ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯିବାକୁ ଭଡା ଗାଡି ଯୋଗାଇ ଦେବା କ୍ଷେତ୍ରରେ ସବୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀଙ୍କୁ ପତ୍ର ମାଧ୍ୟମରେ ସୂଚନା ଦିଆଯାଇଛି। ଆଗକୁ ଏଭଳି ସମସ୍ୟା ଯେପରି ନ ହୁଏ ସେଥିପ୍ରତି ଆମେ ଯତ୍ନବାନ ହେବୁ ବୋଲି ଡ଼.ସୁଧାଂଶୁ ଶେଖର ବଳ ଧରିତ୍ରୀକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri