ଆସୁଛି ‘ଅମ୍ଫନ୍‌’: ବିଳମ୍ବିତ ରାତିରେ ବଢ଼ିପାରେ ପବନର ବେଗ; ବୁଧବାର ୧୨-୨ଟା ମଧ୍ୟରେ ଅତିକ୍ରମ କରିବ ଓଡ଼ିଶା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ‘ଅମ୍ଫନ୍‌’ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଘଣ୍ଟାକୁ ୧୮ କିମି ବେଗରେ ଏହା ସ୍ଥଳଭାଗ ମୁହାଁ ହେଉଛି। ବୁଲବୁଲ୍‌ଠାରୁ ଏହାର ତିବ୍ରତା ଅଧିକ ରହିବ। ହେଲେ ସମାନ ଅଞ୍ଚଳରେ ଅମ୍ଫନର ପ୍ରଭାବ ପଡ଼ିବ। ମଙ୍ଗଳବାର ବିଳମ୍ବିତ ରାତିରୁ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ବଢ଼ିପାରେ। ସନ୍ଧ୍ୟାରୁ ଉପକୂଳରେ ବର୍ଷା ଓ ପବନ ହେବ। ପ୍ରାୟତଃ ୫୦-୬୫, ୭୦-୭୫ କିମି ଭିତରେ ପବନର ବେଗ ରହିବ। ବୁଧବାର ସକାଳଠାରୁ ପବନର ବେଗ ବଢ଼ିବ। ଭୋଗରାଇ, ତାଳସାରି ଅଞ୍ଚଳରେ ପବନର ବେଗ ଅଧିକ ରହିବ। ଏସବୁ ଅଞ୍ଚଳରେ ପବନର ବେଗର ୧୦୦ରୁ ୧୨୫ କିମି ହୋଇପାରେ। ବୁଧବାର ଦିନ ୧୨ଟାରୁ ୨ ମଧ୍ୟରେ ଓଡ଼ିଶାର ଅତିକ୍ରମ କରିବ ବାତ୍ୟା। ହେଲେ ମଧ୍ୟାହ୍ନ ପରେ ୨-୩ଟା ପର୍ଯ୍ୟନ୍ତ ଏସବୁ ଅଞ୍ଚଳରେ ପବନର ବେଗ ଅଧିକ ରହିବା ନେଇ ଆକଳନ କରାଯାଉଛି। ପରେ ଏହା ଧିରେ ଧିରେ କମିବ। ବୁଲ୍‌ବୁଲଠାରୁ ଅଧିକ ପ୍ରଭାବ ରହିବ। ହେଲେ ବୁଲ୍‌ବୁଲ୍‌ ଯେଉଁ ସବୁ ଜିଲାକୁ ପ୍ରଭାବିତ କରିଥିଲା ସେହି ଜିଲାରେ ମଧ୍ୟ ଅମ୍ଫନର ପ୍ରଭାବ ପଡ଼ିବ ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri