ଆସୁଛି ଦୀପାବଳି : ଏସବୁ ସ୍ଥାନରେ ଅନୁଭବ କରିବେ ପୂର୍ଣ୍ଣିମା ରାତିର ଜହ୍ନ ଆଲୁଅ

ଭାରତରେ ଏମିତି କିଛି ସ୍ଥାନ ରହିଛି, ଯେଉଁଠିକି ଯିବା ପାଇଁ ସବୁ ସମୟରେ ମନ ଚାହିଁବ। ବିଶେଷକରି ଦୀପାବଳିରେ ଏଠାକୁ ଯିବାର ମଜା କିଛି ଅଲଗା। ଅମାବାସ୍ୟା ରାତିରେ ବି ପୂର୍ଣ୍ଣିମା ରାତି ଜହ୍ନର ପରଶ ପାଇପାରିବେ। ତେବେ ଆସନ୍ତୁ ଜାଣିବା ଦୀପାବଳିରେ କେଉଁ ପ୍ୟାଲେସ ନଜର ଲାଖିଗଲା ଭଳି ଆଲୋକମାଳାରେ ସଜେଇ ହୋଇଥାନ୍ତି।

ମହୀଶୂର ପ୍ୟାଲେସ :

କର୍ନାଟକର ମହୀଶୂର ସହରରେ ଥିବା ମହୀଶୂର ପ୍ୟାଲେସ ସବୁଠୁ ଆକର୍ଷଣୀୟ। ଦୀପାବଳିରେ ୧ ଲକ୍ଷ ଲାଇଟ୍‌ରେ ଏହା ସଜେଇ ହୋଇଥାଏ। ଯାହାକୁ ଦେଖିବା ପାଇଁ ଦୂର ଦୂରାନ୍ତରୁ ଲୋକେ ଆସିଥାନ୍ତି। ଏଠାରେ ହେବାକୁ ଥିବା ନାଇଟ୍‌ ଶୋ’ ଦେଖିବାକୁ ଲୋକେ ଟିକେଟ୍‌ କାଟିଥାନ୍ତି।

ଆମେର ଦୁର୍ଗ :

ଆରାବଳୀ ପାହାଡ଼ ନିକଟରେ ଥିବା ଆମେର ଦୁର୍ଗ ଦିନରେ ଦେଖିବାକୁ ଯେତିକି ଆକର୍ଷଣୀୟ ରାତିରେ ତା’ଠାରୁ ଢେର୍‌ ଅଧିକ। ଦୀପାବଳି ରାତିରେ ଏଠାରେ ନାଚଗୀତର ଆୟୋଜନ କରାଯାଇଛି। ସବୁଠୁ ଖାସ୍‌ କଥା ହେଲା ସ୍କ୍ରିପ୍ଟ ଗୁଲଜାର ସାହେବ ଲେଖିଛନ୍ତି। ବ୍ୟାକ୍‌ଗ୍ରାଉଣ୍ଡରେ ଅମିତାଭ ବଚ୍ଚନଙ୍କ ସ୍ବର ମଧ୍ୟ ଶୁଣିବାକୁ ମିଳିବ।

ଉମେଦ ଭବନ ପ୍ୟାଲେସ :

ଯୋଧପୁରରେ ବହୁତ ପ୍ୟାଲେସ ରହିଛି। କିନ୍ତୁ ଉମେଦ ଭବନ ନିଆରା। ଏହାର କିଛି ଭାଗରେ ରାଜ ପରିବାର ରହୁଥିବାବେଳେ ଆଉ କିଛି ଅଂଶରେ ପଞ୍ଚତାରକା ହୋଟେଲ କରାଯାଇଛି। ଗୋଟିଏ ମ୍ୟୁଜିୟମ ମଧ୍ୟ ରହିଛି। ଏହି ମହଲରେ ଦୀପାବଳିରେ ବିଭିନ୍ନ ଆଲୋକରେ ସଜା ଯାଇଥାଏ। ଏହା ଚନ୍ଦ୍ରର ଆଲୋକଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଦେଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri