ଆସୁଛି ଲଘୁଚାପ

ଭୁବନେଶ୍ୱର,୫ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ ତିନି ଦିନଧରି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୯ ତାରିଖ ସନ୍ଧ୍ୟାରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୧୦ ତାରିଖରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର, ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ୧୨ ତାରିଖରେ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ଓଡ଼ିଶା ପର୍ଯ୍ୟନ୍ତ ନେଇ ଆସିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ ପଶ୍ଚିମ ମୋସୁମୀ ବାୟୁ କେରଳ ଏବଂ କର୍ନାଟକର କେତେକ ଅଞ୍ଚଳରେ ପ୍ରବେଶ କରିଛି। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ କର୍ନାଟକ, ତାମିଲନାଡୁ ପୁଡୁଚେରି ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଅନ୍ୟ ପକ୍ଷରେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଗୁରୁବାର ଓ୍ବେଲମାର୍କ ଲଘୁଚାପରେ ପରିଣତ ହୋଇଛି। ଏହା ବିହାର ଓ ଛତିଶଗଡ଼ ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆକାଶ ମେଘୁଆ ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନତି ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri