ଆସୁଛି ଲଘୁଚାପ, ୨୩ରୁ ବର୍ଷିବ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩/୪ଦିନ ମଧ୍ୟରେ ଏହା ଅବପାତ(ଡିପ୍ରେସନ) ରୂପ ନେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପରେ ମଧ୍ୟ ଏକ ଘୂର୍ଣ୍ଣି ବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ଆସନ୍ତା ୨୦ ତାରିଖରେ ରାଜ୍ୟରେ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି। ୨୩ କିମ୍ବା ୨୪ ତାରିଖ ବେଳକୁ ମୌସୁମୀ ସମ୍ପୂର୍ଣ୍ଣ ଓଡିଶାକୁ ଘେରିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବର୍ଷା ଓ ମେଘୁଆ ପାଗ ହୋଇଥିବାରୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ରାଜ୍ୟର ଅଧିକାଂଶ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। କେବଳ ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୦.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବାରିପଦାରେ ୪୦.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଅନ୍ୟାନ୍ୟ ଅଞ୍ଚଳରେ ପାରଦ ୪୦ ଡିଗ୍ରୀ ତଳେ ରହିଛି। ତେବେ ଗରମ ସାଙ୍ଗକୁ ଗୁଳୁଗୁଳି ଉପକୂଳ ଓଡିଶାରେ ପରିବେଶକୁ ଉତ୍ତପ୍ତ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଜିଲାର ଅଧିକାଂଶ ସ୍ଥାନ ଓ ଅନ୍ୟ ଜିଲାଗୁଡିକର ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡା ଏହି ସମୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଜିଲାର କେତେକ ସ୍ଥାନରେ ଘଡଘଡି ସହ ଝଡତୋଫାନ ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri