ଆସୁଛି ସାମୁଦ୍ରିକ ଝଡ଼ ‘ଫନୀ’ : ଗୋପାଳପୁର ବନ୍ଦରରେ ୨ନଂ. ବିପଦ ସଙ୍କେତ

ଗୋପାଳପୁର,୧ା୫-ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫନୀ’  ମୁକାବିଲା ନେଇ ତପତ୍ର ହୋଇପଡ଼ିଛି ପ୍ରଶାସନ। ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ଯେ କୌଣସି ପ୍ରକାର ସ୍ଥିତିର ମୁକାବିଲା କରିବା ପାଇଁ ପ୍ରଶାସନ ପ୍ରସ୍ତୁତ ରହିଥିବା ଜଣାପଡ଼ିଛି।

ଗତ କିଛି ବର୍ଷ ହେଲା ସାମୁଦ୍ରିକ ଝଡ଼ ପ୍ରଭାବରେ ଗୋପାଳପୁର ଓ ଆଖପାଖ ଅଞ୍ଚଳ କ୍ଷତିଗ୍ରସ୍ତ ହେବାରେ ଲାଗିଛି। ଆସନ୍ତା ୩ ତାରିଖ ଅପରାହ୍ନରେ ‘ଫନୀ’ ଚାନ୍ଦବାଲି-ଗୋପାଳପୁର ମଧ୍ୟଭାଗ କିମ୍ବା ପୁରୀର ଦକ୍ଷିଣରେ ସ୍ଥଳଭାଗ ଛୁଇଁବ ବୋଲି ଗୋପାଳପୁର ପାଣିପାଗ ବିଭାଗର ବିଶେଷଜ୍ଞ ରଥ ମାରାଣ୍ଡି ମଙ୍ଗଳବାର ସୂଚନା ଦେଇଛନ୍ତି। ଆସନ୍ତା ୨ ତାରିଖରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି। ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିମି ରହିବ। ଏହା ୬୦କିମି ମଧ୍ୟ ଛୁଇଁପାରେ ବୋଲି ସେ କହିଛନ୍ତି। ୩ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ୫୦ରୁ ୬୦ କିମି ବେଗରେ ପବନ ବହିବ। ବେଳେବେଳେ ୮୦ କିମିକୁ ବୃଦ୍ଧି ପାଇବ। ଉକ୍ତ ଦିନ ଅପରାହ୍ନରେ ସାମୁଦ୍ରିକ ଝଡ଼ ଭୟଙ୍କର ରୂପ ନେଇ  ଗୋପାଳପୁର ଓ ପୁରୀ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ସେତେବେଳେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୭୫ରୁ ୧୮୫ କିଲୋମିଟର ଏବଂ ବେଳେବେଳେ ୨୦୫ କିଲୋମିଟର ହୋଇପାରେ ବୋଲି ମାରାଣ୍ଡି ସୂଚନା ଦେଇଛନ୍ତି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିସହ ରଙ୍ଗେଇଲୁଣ୍ଡା ବ୍ଲକର ମେଣ୍ଡରାଜପୁର, ଇନ୍ଦ୍ରାକ୍ଷୀ, ମାର୍କଣ୍ଡି, ହାତୀପାଦ, ଗୋଳାବନ୍ଧ, ନାରାୟଣପୁର, ରଙ୍ଗେଇଲୁଣ୍ଡା, ଲହୁଡ଼ିଗାଁ, ବକ୍ସିପଲ୍ଲୀର ପଞ୍ଚାୟତର ୩୩ ହଜାର ୫୯୨ ଲୋକଙ୍କୁ ୨୨ଟି ବାତ୍ୟା ଆଶ୍ରୟସ୍ଥଳୀ ଓ ବିଦ୍ୟାଳୟକୁ ସ୍ଥାନାନ୍ତର କରାଯିବ ବୋଲିି ରଙ୍ଗେଇଲୁଣ୍ଡା ବିଡିଓ କୁମାର ନାଗଭୂଷଣ ସୂଚନା ଦେଇଛନ୍ତି। କଚ୍ଚା ଘରେ ରହୁଥିବା ୧,୩୫୦ ପରିବାରକୁ ମଧ୍ୟ ସ୍ଥାନାନ୍ତର କରାଯିବ। ଗର୍ଭବତୀମାନଙ୍କୁ ମେଡିକାଲରେ ଆଶ୍ରା ଦିଆଯିବ। ମଙ୍ଗଳବାର ସନ୍ଧ୍ୟାରେ ରଙ୍ଗେଇଲୁଣ୍ଡା ବ୍ଲକର ସଦ୍‌ଭାବନା କକ୍ଷରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବ୍ରହ୍ମପୁର ଉପଜିଲାପାଳ ଦିଗନ୍ତ ରାଉତରାୟ, ରଙ୍ଗେଇଲୁଣ୍ଡା ବିଡିଓ ନାଗଭୂଷଣ, ସିଡିପିଓ ଜ୍ୟୋତ୍ସ୍ନା ପାଢ଼ୀ, କନିଷି ଭାରପ୍ରାପ୍ତ ତହସିଲଦାର ଅନୀତା ସାହୁ, ଗୋପାଳପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଉମାଶଙ୍କର ସେଠୀ ଓ ଅନ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri